Posted inଜାତୀୟ

ଅନ୍ନଦାତାଙ୍କ ଅନ୍ଦୋଳନ ପଛରେ ଚାଇନା-ପାକିସ୍ତାନ ହାତ: ଶୀଘ୍ର କରାଯାଉ ସର୍ଜିକାଲ ଷ୍ଟ୍ରାଇକ୍‌, କଟାକ୍ଷ କଲେ ସଞ୍ଜୟ

ମୁମ୍ବାଇ,୧୦।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରି ସ୍ଥଳେ ଆନ୍ଦୋଳନ ନେଇ ଭାଜପାର ଉପଭୋକ୍ତା ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନଭେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ, ଭାରତରେ ହେଉଥିବା ଅନ୍ନଦାତାଙ୍କ ଆନ୍ଦୋଳନ ପଛରେ ଚାଇନା ଏବଂ ପାକିସ୍ତାନର ହାତ ରହିଛି। ଏହାକୁ ନେଇ ଏବେ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଗୁରୁବାର କଟାକ୍ଷ କରିଛନ୍ତି। ସଞ୍ଜୟ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋରଦି ସରକାର ଏହାର ଜବାବ ଦେଇ ଶୀଘ୍ର ଚାଇନା ଏବଂ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରନ୍ତୁ। ଏହାକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ , ସ୍ବରାଷ୍ଟ୍ରମନ୍ତ୍ରୀ ଏବଂ ୩ ସେନା ମୁଖ୍ୟ ଗୁରୁତର ସହିତ ବିଚାର କରନ୍ତୁ ବୋଲି ସଞ୍ଜୟ କହିଛନ୍ତି। ଭାଜପା ମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇ ନିଜର ଚେତନା ଶକ୍ତି ନ ଥିବା ଦର୍ଶାଇଛନ୍ତି ବୋଲି ଶିବସେନା ସଦସ୍ୟ ଅରବିନ୍ଦ ସାଓ୍ବନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri