ଏକଦା ଚାଇନାର ଉହାନ୍‌ରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ: ଏବେ ଭୟକୁ ଫୁ’ କରି ପୁଲ୍‌ ପାର୍ଟିର ମଜା ନେଉଛନ୍ତି ଲୋକେ

ବେଜିଂ: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇସାରିଲାଣି। ପ୍ରତ୍ୟେହ ଲକ୍ଷାଧିକ ଲୋକ ଏଥିରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଛି। ଏହାକୁ ପ୍ରତିହତ କରିବା ଲାଗି ସାମାଜିକ ଦୂରତା ପାଳନ ସହ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ଏହି ମହାମାରୀ ସଂକ୍ରମଣ ଆରମ୍ଭ ହୋଇଥିବା ଉହାନରୁ ଏଭଳି ଚିତ୍ର ଆସିଛି, ଯାହାକୁ ଦେଖିଲେ ଆପଣ ବିଶ୍ୱାସ କରି ନ ପାରନ୍ତି।

ସର୍ବପ୍ରଥମେ ଚାଇନାର ଉହାନ୍‌ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ହେଲେ ଏବେ ଏହି ସହର ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। କାରଣଟି ହେଲା, ଉହାନରେ ଥିବା ଏକ ଓ୍ବାଟର୍‌ ପାର୍କରେ ହଜାର ହଜାର ଲୋକ ସପ୍ତାହାନ୍ତ(ଓ୍ବିକେଣ୍ଡ)କୁ ଉପଭୋଗ କରିବାକୁ ପହଞ୍ଚିଥିଲେ। ସେଠାରେ ଲୋକ ମସ୍ତି କରୁଥିବାର ଏକାଧିକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ପାର୍କରେ ଏତେ ସଂଖ୍ୟକ ଲୋକ ଏକାଠି ହୋଇଥିବା ସତ୍ତ୍ୱେ ସାମାଜିକ ଦୂରତା ପାଳନ କରାଯାଉ ନାହିଁ। ଏପରିକି ଲୋକମାନେ ମାସ୍କ ମଧ୍ୟ ପିନ୍ଧି ନ ଥିବା ଦେଖାଯାଉଛି।

ଉହାନର ଲୋକପ୍ରିୟ ମାୟା ବିଚ୍‌ ଓ୍ବାଟର୍‌ ପାର୍କରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଏକ ମ୍ୟୁଜିକାଲ ଫେଷ୍ଟିଭାଲର ଆୟୋଜନ କରାଯାଇଥିଲା। ଏହି ସମୟରେ ଲୋକମାନେ ରଙ୍ଗବେରଙ୍ଗର ସୁଇମ୍‌ ସୁଟ ଏବଂ ଚଷମା ପିନ୍ଧି ମଜା କରିଥିଲେ।

ପ୍ରକାଶ ଯେ, ଉହାନରେ ୭୬ ଦିନ ଲକ୍‌ଡାଉନ୍‌ ଲାଗୁ କରାଯାଇଥିଲା। ଏହାପରେ ଜୁନ୍‌ରେ ପୁଣି ଏହାକୁ ଉଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri