ଭାରତରେ ହେବାକୁ ଥିବା ଏସସିଓ ବୈଠକରେ ଯୋଗ ଦେବେ ସି ଜିନପିଙ୍ଗ, ଚାଇନା ବୈଦେଶିକ ମନ୍ତ୍ରଣାଳୟ ଦେଲା ସୂଚନା

ବେଜିଂ,୩୦।୬: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ସପ୍ତାହରେ ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏସସିଓ (ସାଂଘାଇ ସହଯୋଗ ସଂଗଠନ) ବୈଠକରେ ଯୋଗଦେବେ। ସି ଜିନପିଙ୍ଗ ଏହି ବୈଠକରେ ଭର୍ଚୁଆଲି ଯୋଗଦେବେ । ଚାଇନାଅଫିସିୟାଲି ଚାଇନା ଏହା ଘୋଷଣା କରିଛି। ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଏକ ବୟାନ ଜାରି କରି କହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପତି ସି ଜିନପିଙ୍ଗ ୨୩ତମ ଏସସିଓ କାଉନସିଲ ଅଫ ହେଡସ ଅଫ ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେବେ।

ସୂଚନାଯୋଗ୍ୟ, ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ହେତୁ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ଦେଖାଦେଇଛି। ଏହି କାରଣରୁ ଚାଇନା ରାଷ୍ଟ୍ରପତି ଏସସିଓ ବୈଠକରେ ଯୋଗଦେବା ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ତେବେ ଚାଇନା ସରକାର ଏହି ବୈଠକରେ ସି ଜିନପିଙ୍ଗଙ୍କ ଅଂଶଗ୍ରହଣକୁ ନିଶ୍ଚିତ କରି ଏକ ସରକାରୀ ବିବୃତ୍ତି ଜାରି କରିଛନ୍ତି। ଜୁଲାଇ ୪ରେ ଭାରତରେ ଏସସିଓ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri