Posted inଜାତୀୟ

ଚାଇନାର ନୂଆ ଯୋଜନା: ସୀମାରେ ଲାଉଡ ସ୍ପିକର ଜରିଆରେ ବଜାଉଛି ପଞ୍ଜାବି ଗୀତ

ନୂଆଦିଲ୍ଲୀ,୧୭ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ନୂଆ ରୂପ ନେଉଥିବା ବେଳେ ଚାଇନା ପ୍ରତି ମୁହୂର୍ତ୍ତରେ କିଛି ନା କିଛି ଚାଲ ଚଲାଉଥିବା ଦେଖାଯାଇଛି । ଏବେ ଚାଇନା ଏଲ୍‌ଏସିର ଫିଙ୍ଗର-୪ ଅଞ୍ଚଳରେ ଲାଉଡ ସ୍ପିକର ଜରିଆରେ ପଞ୍ଜାବି ଗୀତ ବଜାଉଥିବା ସୂଚନା ମିଳିଛି । କୁହାଯାଉଛି ଏହା ମାଧ୍ୟମରେ ସେ ଭାରତୀୟ ସେନା ଉପରେ ଚାପ ପକାଇବାକୁ ଚେଷ୍ଟା କରୁଛି । ନ୍ୟୁଜ ଏଜେନ୍ସି ଏଏନ୍‌ଆଇର ସୂଚନା ଅନୁଯାୟୀ, ଚାଇନା ଯେଉଁ ସ୍ଥାନରେ ଲାଉଡ ସ୍ପିକର ଜରିଆରେ ଗୀତ ବଜାଉଛି ତାହା ୨୪ ଘଣ୍ଟିଆ ଭାରତୀୟ ସେନା ନଜରରେ ରହିଛି । ତେଣୁ କୁହାଯାଉଛି କି ଭାରତୀୟ ସେନାଙ୍କୁ ବିଚଳିତ କରିବାକୁ ଚାଇନାର ଏହା ଏକ ନୂଆ ଯୋଜନା । ଭାରତୀୟ ସେନାରେ ଶିଖ ସାମିଲ ଥିବାରୁ ଚାଇନା ଏମାନଙ୍କ ମନରେ ମାନସିକ ଚାପ ସୃଷ୍ଟି କରିବାକୁ ଏଭଳି ଗୀତ ବଜାଉଛି । ସୂଚନାଯୋଗ୍ୟ, ଫିଙ୍ଗର-୪ ଏମିତି ଏକ ଅଞ୍ଚଳ ଯେଉଁଠାରେ ଭାରତ-ଚାଇନା ସୀମା ବିବାଦ ଘନେଇଛି । ସେପ୍ଟେମ୍ବର ୮ରେ ଏହିଠାରେ ହିଁ ୨ଦେଶର ସେନାଙ୍କ ମଧ୍ୟରେ ଖୁବ୍ ଗୁଳି ବିନିମୟ ହୋଇଥିଲା । ଉଭୟ ପକ୍ଷରୁ ୧୦୦ରୁ ଅଧିକ ରାଉଣ୍ଡ ଗୁଳି ଚାଳନା ହୋଇଥିଲା । ଗତ ୨୦ ଦିନ ମଧ୍ୟରେ ଭାରତ ଓ ଚାଇନା ସେନା ମଧ୍ୟରେ ପୂର୍ବ ଲଦ୍ଦାଖରେ ଅତିକମରେ ୩ଥର ଗୁଳି ବିନିମୟ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?