Posted inଜାତୀୟ

ରାତି ଅନ୍ଧାରରେ ତୋପ ବର୍ଷା କଲା ଚାଇନା…

ଲଦାଖ,୨୦।୯: ଭାରତ ଚାଇନା ସୀମାରେ ପୁଣି ଉତ୍ତେଜନା ମୂଳକ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବ ଲଦାଖରେ ଚାଇନା ନିଜର ସୈନ୍ୟ ବାହିନୀଙ୍କୁ ଆଧୁନିକ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ତାଲିମ ଦେବା ପାଇଁ ରାତି ଅନ୍ଧାରରେ ତୋପ ବର୍ଷା କରିଛି। ଏନେଇ ଏଲ୍‌ଏସିରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଚାଇନା ସୈନ୍ୟଙ୍କ୍‌ ଯୁଦ୍ଧାଭ୍ୟାସ ରାତି ଅନ୍ଧାରରେ କାହିଁକି କରାଗଲା ସେ ନେଇ ଏବେ ପ୍ରଶ୍ନ ଉଠିଛି।

ଚାଇନା ଏହାର ସୈନ୍ୟଙ୍କୁ କଷ୍ଟକର ଯୁଦ୍ଧାଭ୍ୟାସ କରାଉଥିବା ନେଇ ନାନା ଆଶଙ୍କା ମଧ୍ୟ ଉଙ୍କି ମାରିବାରେ ଲାଗିଛି। ଏହି ଯୁଦ୍ଧାଭ୍ୟାସ ଶିଞ୍ଜିୟାଙ୍ଗ ସୈନ୍ୟ ଶିବିରରେ ସମୁଦ୍ର ପତ୍ତନଠାରୁ ପ୍ରାୟ ୫୦୦୦ ମିଟର ଉଚ୍ଚରେ ହୋଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଚାଇନାର ସରକାରୀ ଗଣମାଧ୍ୟମ ସଂସ୍ଥା ଗ୍ଲୋବାଲ ଟାଇମ୍ସ୍‌ ପକ୍ଷରୁ କୁହାଯାଇଛି ଯେ ତିବ୍ବତ ମିଲିଟାରୀ କମାଣ୍ଡ ପକ୍ଷରୁ ଏଭଳି ରାତ୍ରକାଳୀନ କଠିନ ଯୁଦ୍ଧାଭ୍ୟାସ କରାଯାଇଛି। ଏଥିରେ ୧୦ ବିଗ୍ରେଡ୍‌ ରେଜିମେଣ୍ଟ୍‌ ସହିତ ହେଲିକପ୍ଟର ଏବଂ ଲାଇଟ୍‌ ୧୫ ଟ୍ୟାଙ୍କର ବ୍ୟବହାର କରାଯାଇଥିଲା। ଏହାକୁ ନେଇ ଭାରତୀୟ ସେନା ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri