Posted inଜାତୀୟ

ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ସରୁ ହଟିବାକୁ ମନାକଲା ଚାଇନା

ନୂଆଦିଲ୍ଲୀ, ୧୧।୪: ଭାରତ ଓ ଚାଇନା ସୈନ୍ୟବାହିନୀର ୧୧ତମ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଆରମ୍ଭ ହୋଇଥିଲା। ପୂର୍ବ ଲଦାଖର ଗୋଗ୍ରା ଏବଂ ହଟ୍‌ ସ୍ପ୍ରିଙ୍ଗସ ଅଞ୍ଚଳରୁ ସୈନ୍ୟ ଓ ଯାନବାହନ ପ୍ରତ୍ୟାହାର କରିନେବା ପାଇଁ ଭାରତ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଚାଇନା ସେନା ପ୍ରତ୍ୟାଖ୍ୟାନ କରିଦେଇଥିବା ଜଣାପଡ଼ିଛି। ଗତ ଫେବୃୟାରୀରେ ପଙ୍ଗୋଙ୍ଗ୍‌ ସୋ ସେକ୍ଟରର ଉଭୟ ପାର୍ଶ୍ୱରୁ ଭାରତ ଓ ଚାଇନା ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଥିଲେ। ଫଳରେ ସୀମାରେ ଦୀର୍ଘଦିନର ଅଚଳାବସ୍ଥା ପରେ ଏକ ସକାରାତ୍ମକ ଅଗ୍ରଗତି ହୋଇଥିଲା। ତେବେ ପୁଣିଥରେ ଚାଇନା କଠୋର ଆଭିମୁଖ୍ୟ ପ୍ରକାଶ କରିବା ଫଳରେ ଏଥିରେ ପ୍ରତିବନ୍ଧକ ସୃଷ୍ଟି ହୋଇଛି। ଆଲୋଚନାରେ ବସିବା ପୂର୍ବରୁ ଚାଇନା ପକ୍ଷ ସମ୍ପୂର୍ଣ୍ଣ କଠୋର ନିଷ୍ପତ୍ତି ନେଇ ଆସିଥିଲେ ବୋଲି ଭାରତୀୟ ସେନା ସୂତ୍ରରୁ ଜଣାପଡ଼ିଛି। ଏକାଦଶ ପର୍ଯ୍ୟାୟ ଆଲୋଚନା ଦୀର୍ଘ ୧୩ ଘଣ୍ଟା ଧରି ଚାଲିଥିଲା। ଏହି ଅବସରରେ ଭାରତ ଗୋଗ୍ରା-ହଟ୍‌ ସ୍ପ୍ରିିଙ୍ଗ୍‌ସ ଅଞ୍ଚଳରୁ ସମ୍ପୂର୍ଣ୍ଣ ସୈନ୍ୟ ପ୍ରତ୍ୟାହାର କରିବା ସହ ଡେପସାଙ୍ଗ ଅଞ୍ଚଳରେ ପୁନର୍ବାର ପାଟ୍ରୋଲିଂ ଚାଲୁ କରିବା ପାଇଁ ପ୍ରସ୍ତାବ ଦେଇଥିଲା। ଆଲୋଚନାରେ ଭାରତ ପକ୍ଷରୁ ୧୪ କର୍ପସ କମାଣ୍ଡର ଲ୍ୟୁଟନାଣ୍ଟ ଜେନେରାଲ ପି.ଜି.କେ. ମେନନ ଏବଂ ଚାଇନା ପକ୍ଷରୁ ସାଉଥ୍‌ ଜିନିଜିଆଙ୍ଗ ମିଲିଟାରି ଡିଷ୍ଟ୍ରିକ୍ଟ ମୁଖ୍ୟ ମେଜର ଜେନେରାଲ ଲିଉ ଲିନ୍‌ ଆଲୋଚନାର ନେତୃତ୍ୱ ନେଇଥିଲେ। ଭାରତ ପାର୍ଶ୍ୱର ଚୁଶୁଲ-ମୋଡଡୋ ସୀମାରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri