ଗାଜାରେ ଚାଲିଥିବା ଲଢେଇ ମଧ୍ୟରେ ନକ୍ସାରୁ ଇସ୍ରାଏଲର ନାଁ ହଟାଇଲା ଚାଇନା!

ବେଜିଂ,୩୧।୧୦: ଗାଜା ଷ୍ଟ୍ରିପରେ ଇସ୍ରାଏଲର ଆକ୍ରମଣ ତୀବ୍ର ହେବାରେ ଲାଗିଛି ଏବଂ ଏହି ସମୟରେ ଖବର ଆସିଛି ଯେ, ଚାଇନା ଏହାର ଅନଲାଇନ ନକ୍ସାରୁ ଇସ୍ରାଏଲର ନାମ ହଟାଇ ଦେଇଛି। ମିଡିଆ ରିପୋର୍ଟରେ ଏହି ଦାବି କରାଯାଇଛି। ଖବର ଅନୁଯାୟୀ, ଚାଇନାର କମ୍ପାନୀ ବାଇଡୁ ଏବଂ ଆଲିବାବର ଅନଲାଇନ ନକ୍ସାରୁ ଇସ୍ରାଏଲର ନାମ ଗାଏବ ହୋଇଯାଇଛି। ବାଇଡୁର ନକ୍ସାରେ ଇସ୍ରାଏଲ ଏବଂ ପାଲେଷ୍ଟାଇନର ସୀମାକୁ ଦର୍ଶାଯାଇଛି କିନ୍ତୁ ନକ୍ସାରୁ ଉଭୟଙ୍କ ନାମ ହଟାଯାଇଛି।

ଖବର ଅନୁଯାୟୀ, ଏହି ଚାଇନିଜ ଭାଷାରେ ଲେଖାଥିବା ନକ୍ସାରେ ଲକ୍ଜମବର୍ଗ ପରି ଏକ ଛୋଟ ଦେଶର ନାମ ଅଛି କିନ୍ତୁ ଇସ୍ରାଏଲ ପରି ଏକ ଗୁରୁତ୍ୱପୂର୍ଣ୍ଣ ଦେଶର ନାମର ଅନୁପସ୍ଥିତି ଅନେକ ପ୍ରଶ୍ନ ସୃଷ୍ଟି କରିଛି। ଆଲିବାବ କିମ୍ବା ବାଇଡୁ ଏ ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ କୌଣସି ସ୍ପଷ୍ଟୀକରଣ ଦେଇନାହାଁନ୍ତି। ସୂଚନାଯୋଗ୍ୟ ଯେ ଇସ୍ରାଏଲ-ହମାସ ଯୁଦ୍ଧ ସମ୍ପର୍କରେ ଚାଇନା ସରକାର ଦେଇଥିବା ବିବୃତ୍ତିରେ ହମାସଙ୍କ ଆକ୍ରମଣକୁ ନିନ୍ଦା କରାଯାଇ ନାହିଁ ଏବଂ ପାଲେଷ୍ଟାଇନକୁ ସମର୍ଥନ କରାଯାଇଥିଲା। ଚାଇନାକୁ ମଧ୍ୟ ଏ ସମ୍ପର୍କରେ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri