ସାଇବର ଆକ୍ରମଣ ପାଇଁ ଚାଇନା ଦାୟୀ…

ଓଟଓ୍ବା, ୨୭।୩ : କାନାଡାର ଏକ ଥିଙ୍କ ଟ୍ୟାଙ୍କର ଆନ୍ତର୍ଜାତୀୟ ଫୋରମ ଫର୍‌ ରାଇଟ୍ସ ଆଣ୍ଡ ସିକ୍ୟୁରିଟି (ଆଇଏଫଏଫଆରଏସ) କହିଛି ଯେ ପୃଥିବୀରେ ଘଟୁଥିବା ଅଧିକାଂଶ ସାଇବର ଆକ୍ରମଣ ପାଇଁ ଚାଇନା ଦାୟୀ। ସଂଗଠନ କହିଛି ଯେ ଏହି ଆକ୍ରମଣଗୁଡିକର ଉଦ୍ଦେଶ୍ୟ ମୁଖ୍ୟତଃ ଦୁର୍ବଳତା ଖୋଜିବା ଯାହା ମାଧ୍ୟମରେ ଚାଇନା ନିଜର ରାଜନୈତିକ ଉଦ୍ଦେଶ୍ୟ ପୂରଣ କରିବାରେ ସକ୍ଷମ ହୋଇ ପାରିବ।

ପୃଥିବୀର ୨୦ ଟି ବୃହତ୍ତମ ବହୁରାଷ୍ଟ୍ରୀୟ କମ୍ପାନୀକୁ ସାଇବର ସୁରକ୍ଷା ଯୋଗାଇବା ପାଇଁ କାର୍ଯ୍ୟ କରୁଥିବା କ୍ରାଉଡ ଷ୍ଟ୍ରାଇକ କମ୍ପାନୀ କହିଛି ଯେ କର୍ପୋରେଟ ସଂସ୍ଥାଙ୍କ ଗୁପ୍ତ ତଥ୍ୟ ଜାଣି ଚାଇନା ଏହାର ରାଜନୈତିକ ଉଦ୍ଦେଶ୍ୟ ପୂରଣ କରିବା ପାଇଁ ଏଭଳି କରୁଛି।

ଆମେରିକାର ବ୍ୟବସାୟ ତଥା ଅନ୍ତର୍ଜାତୀୟ ମାନବିକ ଅଧିକାର ଗୋଷ୍ଠୀ ସମୁହର ତଥ୍ୟ ଜାଣିବା ଲାଗି ଚାଇନା ଉଦ୍ୟମ କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁଯାୟୀ, ଚାଇନା ଆମେରିକାର ବୌଦ୍ଧିକ ସମ୍ପତ୍ତି ଚୋରି କରିବା ପାଇଁ ଏଭଳି ଅପରେଶନ କରିଛି। ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ, ଥିଙ୍କ ଟ୍ୟାଙ୍କ ଏବଂ ଏନଜିଓ ଉପରେ ଚାଇନା ସାଇବର ଆକ୍ରମଣ କରିଛି।

ଆମେରିକାର ନ୍ୟାଶନାଲ ଇଣ୍ଟେଲିଜେନ୍ସ ଆନୁଆଲ୍‌ ଥ୍ରେଟ୍‌ ଆସେସମେଣ୍ଟ୍‌ ରିପୋର୍ଟରେ ଦର୍ଶାଯାଇଛି ଯେ, ଦେଶର ଆଣବିକ ଏବଂ ଜୈବିକ ଅସ୍ତ୍ର, ବିଶେଷକରି ସଂକ୍ରାମକ ରୋଗ, ସାଇବର ଆକ୍ରମଣ ଏବଂ ଜଳବାୟୁ ପରିବର୍ତ୍ତନ ଆଦି ଗୁପ୍ତ ତଥ୍ୟ ଚୋରି କରିବାକୁ ଚାଇନା ପ୍ରୟାସ କରିଛି। ଫଳରେ ଆମେରିକୀୟଙ୍କ ଦୈନନ୍ଦିନ ଜୀବନ ପ୍ରଭାବିତ ହେବାରେ ଲାଗିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri