ଏସିଆରେ ନାଟୋର ବିସ୍ତାରକୁ ଚାଇନା-ରୁଷିଆ କଲେ ବିରୋଧ…

ମସ୍କୋ/ବେଜିଂ,୨୨।୩ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବେ ରୁଷିଆ ଗସ୍ତରେ ଅଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଚାଇନା ପ୍ରତିପକ୍ଷ ଜିନପିଙ୍ଗ ଦୁଇ ଦେଶ ମଧ୍ୟରେ ସମ୍ପର୍କର ଏକ ନୂତନ ଯୁଗର ଆରମ୍ଭ ବିଷୟରେ କହିଛନ୍ତି। ଏହା ବ୍ୟତୀତ ଦୁଇ ଦେଶ ପଶ୍ଚିମ ଦେଶମାନଙ୍କ ଦ୍ୱାରା ଏସିଆରେ ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ର ସମ୍ପ୍ରସାରଣ ଉପରେ ମଧ୍ୟ ଆଲୋଚନା କରିଛନ୍ତି। ଖବର ଅନୁଯାୟୀ, ଉଭୟ ନେତା ଏହା ଉପରେ ଉଦବେଗ ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଏହି ଆମେରିକା ମାଧ୍ୟମରେ ଏହାର ପ୍ରଭାବ ବଢ଼ାଯିବାକୁ ଚେଷ୍ଟା କରାଯାଛଛି। ଏସିଆରେ ନାଟୋର ବିସ୍ତାର ବିରୋଧରେ ଦୁଇ ଦେଶ ମଧ୍ୟ ଏକାଠି ହେବାକୁ ରାଜି ହୋଇଛନ୍ତି।

କୁହାଯାଉଛି ଯେ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିବା ପାଇଁ ଚାଇନା ରାଷ୍ଟ୍ରପତି ଜିନପିଙ୍ଗ ମଧ୍ୟ ପୁଟିନଙ୍କ ସମ୍ମୁଖରେ ଶାନ୍ତି ପ୍ରସ୍ତାବ ଦେଇଛନ୍ତି। ଯାହା ପୁଟିନ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ତେବେ କୁହାଯାଉଛି ଯେ ଏହି ଶାନ୍ତି ପ୍ରସ୍ତାବ କେବଳ ଲୋକ ଦେଖାଣିଆ ଥିଲା। ଚାଇନା ସବୁ କ୍ଷେତ୍ରରେରୁଷିଆ ସହିତ ଛିଡା ହୋଇଛି । ବିଶ୍ୱକୁ ଦେଖାଇବା ପାଇଁ ଯୋଜନାବଦ୍ଧ ଭାବେ ଚାଇନା ରୁଷିଆକୁ ସମର୍ଥନ କରୁଛି ବୋଲି ସୂଚିତ କରୁଛି।

ଚାଇନା ରାଷ୍ଟ୍ରପତିଙ୍କ ସହ ସାକ୍ଷାତ ପରେ ପୁଟିନ କହିଛନ୍ତି ଯେ ସେ ୟୁକ୍ରେନ ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। ଯୁଦ୍ଧ ସମ୍ପର୍କରେ ଚାଇନା ଦେଇଥିବା ୧୨-ପଏଣ୍ଟ ଶାନ୍ତି ପ୍ରସ୍ତାବକୁ ପୁଟିନ ମଧ୍ୟ ପ୍ରଶଂସା କରିଛନ୍ତି। ଜିନପିଙ୍ଗଙ୍କ ସହ ଆଲୋଚନା ପରେ ପୁଟିନ କହିଛନ୍ତି ଯେ ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଚାଇନା ଦ୍ୱାରା ଉପସ୍ଥାପିତ ହୋଇଥିବା ଶାନ୍ତି ଯୋଜନାର ଅନେକ ବ୍ୟବସ୍ଥା ଗ୍ରହଣ କରାଯାଇପାରିବ। କିନ୍ତୁ ଯେତେବେଳେ ୟୁକ୍ରେନ ଏବଂ ଏହାକୁ ସମର୍ଥନ କରୁଥିବା ଅନ୍ୟ ପାଶ୍ଚାତ୍ୟ ଦେଶମାନେ ଏହା ପାଇଁ ପ୍ରସ୍ତୁତ ଥିବେ ସେତେବେଳେ ଏହା ହୋଇପାରେ। ତଥାପି, ଏପର୍ଯ୍ୟନ୍ତ ଆମେ ସେମାନଙ୍କ ପକ୍ଷରୁ ଏପରି ପ୍ରସ୍ତୁତି ଦେଖିନାହୁଁ । ଏହାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସରକାର କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?