ବିଆରଆଇ ସମ୍ମିଳନୀରେ ଶକ୍ତି ପ୍ରଦର୍ଶନ କରିବ ଚାଇନା, ଯୋଗଦେବେ ପୁଟିନ୍‌

ବେଜିଂ, ୮।୯: ବିଶ୍ୱର ଅନେକଙ୍କ ପାଇଁ ଋଣ ଜାଲରେ ପରିଣତ ହୋଇଥିବା ବେଲ୍ଟ ଏବଂ ରୋଡ ପ୍ରୋଜେକ୍ଟରେ ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛି ଚାଇନା। ଅକ୍ଟୋବରରେ ଚାଇନା ବିଆରଆଇ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି ଯେଉଁଥିରେ ବିଶ୍ୱର ୯୦ଟି ଦେଶ ଅଂଶଗ୍ରହଣକୁ କରିବାକୁ ଯାଉଛନ୍ତି। ଏଥିରେ ଭାରତର ବନ୍ଧୁ ରାଷ୍ଟ୍ର ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ସାମିଲ ହେବେ। ବିଆରଆଇର ୧୦ବର୍ଷ ପୂରଣ ହେବା ଖୁସିରେ ବେଜିଂରେ ତୃତୀୟ ବିଆରଆଇ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି ବୋଲି ଚାଇନା ଘୋଷଣା କରିଛି।

ସୂଚନାଯୋଗ୍ୟ, ପୁଟିନଙ୍କ ବ୍ୟତୀତ ସର୍ବିଆର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଭ୍ୟୁଚିକ, ଆର୍ଜେଣ୍ଟିନାର ରାଷ୍ଟ୍ରପତି ମଧ୍ୟ ଏହି ସମ୍ମିଳନୀରେ ଭାଗ ନେବେ। ପୁଟିନଙ୍କ ସହଯୋଗୀ ୟୁରୀ ଉଷାକୋଭ କହିଛନ୍ତି, ବିଆରଆଇ ଶିଖର ସମ୍ମିଳନୀରେ ଋଷ ରାଷ୍ଟ୍ରପତି ଉପସ୍ଥିତ ରହିବେ। ଆମକୁ ନିମନ୍ତ୍ରଣ କରାଯାଇଛି।

ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଦାବି କରିଛି ଯେ, ଏପର୍ଯ୍ୟନ୍ତ ୧୫୦ଟି ଦେଶ ବିଆରଆଇ ଦସ୍ତାବିଜରେ ଦସ୍ତଖତ କରିଛନ୍ତି। ୧ ଟ୍ରିଲିୟନ ଡଲାର ବିନିଯୋଗରେ ୩୦୦୦ ପ୍ରକଳ୍ପ କରାଯାଇଛି। ସମାଲୋଚକମାନେ ଦାବି କରିଛନ୍ତି ଯେ,ବିଆରଆଇ ହେଉଛି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଏକ ଷଡଯନ୍ତ୍ର, ଯାହା ମାଧ୍ୟମରେ ସେ ସମଗ୍ର ବିଶ୍ୱରେ ଭୌଗୋଳିକ ତଥା ଅର୍ଥନୈତିକ ପ୍ରଭାବ ବିସ୍ତାର କରିବାକୁ ଚାହୁଁଛନ୍ତି। ବର୍ତ୍ତମାନ ସୁଦ୍ଧା ଶ୍ରୀଲଙ୍କା ଏବଂ ପାକିସ୍ତାନ ସମେତ ଅନେକ ଦେଶ ବିଆରଆଇର କବଳରେ ଫସି ରହିଛନ୍ତି। ସେହିପରି ଜି୭ରେ ସାମିଲ ହୋଇଥିବା ଇଟାଲୀ ଏକମାତ୍ର ଦେଶ ଯିଏକି ବିଆରଆଇରେ ଯୋଗ ଦେଇଥିଲା, କିନ୍ତୁ ବର୍ତ୍ତମାନ ନିଜ ଭୁଲ ପାଇଁ ସେ ଅନୁତାପ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?