ଆମେରିକା ବିରୋଧରେ ସ୍ବର ଉତ୍ତୋଳନ କଲା ଚାଇନା

ବେଜିଂ,୫ା୨: ଆମେରିକା ବିରୋଧରେ ଚାଇନା ଖୋଲାଖୋଲି ଭାବେ ସ୍ବର ଉତ୍ତୋଳନ ଆରମ୍ଭ କରିଛି। ଏଥର ଚାଇନା ତା’ର ମିତ୍ର ରାଷ୍ଟ୍ର ଉତ୍ତରକୋରିଆ ସପକ୍ଷରେ ସ୍ବର ଉତ୍ତୋଳନ କରିଛନ୍ତି। ଉତ୍ତରକୋରିଆ ସହ ତିକ୍ତତା ହ୍ରାସ କରିବାକୁ ଚାଇନା ଆମେରିକାକୁ ନିବେଦନ କରିଛି। ମିଳିତ ଜାତିସଂଘରେ ଚାଇନାର ରାଷ୍ଟ୍ରଦୂତ ଝାଙ୍ଗ୍‌ ଜୁନ୍‌ କହିଛନ୍ତି, ଉତ୍ତରକୋରିଆ ସହିତ ତିକ୍ତତା ହ୍ରାସ ପାଇଁ ଆମେରିକା ଅଧିକ ବ୍ୟବହାରିକ ନୀତି ପ୍ରସ୍ତୁତ କରିବା ଉଚିତ୍‌।

ସେ ଆହୁରି ମଧ୍ୟ କହିଛନ୍ତି, ଏହାର ସମାଧାନ ପ୍ରତ୍ୟକ୍ଷ ଆଲୋଚନାରେ ହିଁ ସମ୍ଭବ ହୋଇପାରିବ। ଉତ୍ତରକୋରିଆ ସହ ବିବାଦର ସମାଧାନ କରିବାକୁ ଚାହିଁଲେ ଆମେରିକାର ବାଇଡେନ ପ୍ରଶାସନକୁ ଅଧିକ ଗମ୍ଭୀରତା ଏବଂ ନମନୀୟତା ଦେଖାଇବାକୁ ପଡ଼ିବ। ଆମେରିକା-ଉତ୍ତରକୋରିଆ ଆଣବିକ ବିବାଦ ଉପରେ ଚାଇନାର ମତାମତ ସମ୍ପର୍କରେ ପଚରାଯାଇଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ଉତ୍ତରକୋରିଆ ସହିତ ଚାଇନା ଏବଂ ରୁଷିଆର ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଉତ୍ତରକୋରିଆ ଉପରେ ନୂତନ କଟକଣା ଲାଗୁ କରିବାକୁ ଉଭୟ ଦେଶ ନିକଟରେ ଆମେରିକାର ଏକ ପ୍ରସ୍ତାବକୁ ଅବରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri