ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି ପରମାଣୁ ପ୍ରସ୍ତୁତି।

ବର୍ତ୍ତମାନ ବିଶ୍ୱର ତୃତୀୟ ବୃହତ୍ତମ ଶକ୍ତି ଚାଇନା ନିଜର ଶକ୍ତି ବଢ଼ିବାରେ ଲାଗିଛି। ୨୦୨୬ ସୁଦ୍ଧା ଚାଇନା ପାଖରେ ୬୦୦ ପରମାଣୁ ବୋମା ରହିଥିବା ରିପୋର୍ଟରୁ ଜଣା ପଡିଛି। ୨୦୩୦ ସୁଦ୍ଧା ଏହାକୁ ୧୦୦୦ କରିବାକୁ ଲକ୍ଷ୍ୟ ରଖିଛି ଚାଇନା।

ସିଚୁଆନ୍‌ର ଜିଟୋଙ୍ଗ ଓ ପିଙ୍ଗଟୋଙ୍ଗ ଉପତ୍ୟକାରେ ଚାଇନା ଗୁପ୍ତ ନୂଆ ବଙ୍କର ଏବଂ ପରମାଣୁ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରିଛି। ଏହି ପରମାଣୁ କେନ୍ଦ୍ର ବାହାରେ ଲେଖାଯାଇଛି ସି ଜିନପିଙ୍ଗଙ୍କ ସ୍ଲୋଗାନ, ଯାହା ମହାକାଶରୁ ମଧ୍ୟ ଦେଖାଯାଉଛି।

ତେବେ ନ୍ୟୁୟର୍କ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଚାଇନା ଦ୍ରୁତ ଗତିରେ ନିଜର ସାମରିକ ଶକ୍ତି ବଢ଼ାଉଛି। ଯଦିଓ ଏହି କେନ୍ଦ୍ରଗୁଡ଼ିକ ସୀମାରେ ନାହିଁ, ତଥାପି ଅରୁଣାଚଳ ନିକଟରେ ଚୀନର ଏହି ଗୋପନ କାର୍ଯ୍ୟକଳାପ ଭାରତ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ଏହି ରିପୋର୍ଟ ଏଭଳି ସମୟରେ ପ୍ରକଶ ପାଇଛି ଯେତେବେଳେ ଚାଇନା ସେନାରେ ବଡ଼ ଦୁର୍ନୀତି ସାମ୍ନାକୁ ଆସିଛି। ମିସାଇଲରେ ଇନ୍ଧନ ବଦଳରେ ପାଣି ଭର୍ତ୍ତି ଥିବା ଖବର ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri