Posted inଜାତୀୟ

ଚାଇନାର ନୂଆ ଚାଲ: ଡୋକଲାମ ନିକଟରେ ଗଢିଲାଣି ଗାଁ!

ନୂଆଦିଲ୍ଲୀ,୨୦ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ ପୁଣିଥରେ ଉତ୍ତେଜନା ପରିସ୍ଥିତି ଉପୁଜି ପାରେ ବୋଲି ଆଣଙ୍କା କରାଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଚାଇନା ସିକ୍କିମ ନିକଟରେ ଏକ ଗାଁ ଗଢିଥିବା ଜଣାପଡିଛି । ଏହା ପଡୋଶୀ ଦେଶ ଭୁଟାନର ଦୁଇ କିଲୋମିଟର ଭିତରକୁ ହୋଇଥିବା ବେଳେ ଡୋକଲାମକୁ ଲାଗି ରହିଛି ବୋଲି କୁହାଯାଉଛି । ଯେଉଁଠାରେ ୨୦୧୭ରେ ଭାରତ-ଚାଇନା ସାମ୍ନା ସାମ୍ନି ହେବା ସହ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା । ଚାଇନାର ଜଣେ ଖବରଦାତା ଟୁଇଟ୍ ମାଧ୍ୟମରେ ନିଜ ଦେଶର ବିକାଶ କଥା କହିବା ବେଳେ ଏହା ସାମ୍ନାକୁ ଆସିଛି । ତେବେ ଉତ୍ତେଜନା ପରିସ୍ଥିତିକୁ ଦେଖି ଖବରଦାତା ଜଣକ ତାଙ୍କ ଟୁଇଟ୍‌କୁ ଡିଲିଟ୍ କରି ଦେଇଥିବା କୁହାଯାଉଛି । ହେଲେ ଏହାକୁ ନେଇ ଭୁଟାନ ରାଷ୍ଟ୍ରଦୂତ ଭାରତକୁ କହିଛନ୍ତି ଭୁଟାନ ସୀମାରେ ଚାଇନା କୌଣସି ଗାଁ ଗଢିନାହିଁ । ଅନ୍ୟପଟେ ଚାଇନାର ସିଜିଟିଏନ୍ ନ୍ୟୁଜର ଜଣେ ସିନିୟର ପ୍ରଡ୍ୟୁସର ଶେନ ସିବେଇ ଗୁରୁବାର ଏକ ଗାଁର ଫଟୋ ଟୁଇଟ୍ କରି ସୂଚନା ଦେଇଛନ୍ତି ଯେ ଏହା ଡୋକଲାମ ଅଞ୍ଚଳ ଓ ଏହି ଗାଁର ନାଁ ପାଂଗଡା । ଗଣମାଧ୍ୟମର ଖବରା ଅନୁଯାୟୀ, ଏହି ଗାଁ ଡୋକଲାମଠାରୁ ପାଖାପାଖି ୯ କିଲୋମିଟର ଦୂର ଯେଉଁଠାରେ ୨୦୧୭ରେ ଭାରତ-ଚାଇନା ସେନା ମୁହାଁମୁହିଁ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri