ଆଇନା ଦେଖାଇଲା ଚାଇନା: ମଣିଷଙ୍କଠାରୁ ଉତ୍ପତ୍ତି ହୋଇଛି କରୋନା

ବେଜିଂ,୧୦।୪ : କରୋନା ମହାମାରୀ ଭୂତାଣୁର ଉତ୍ପତ୍ତି ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବାବେଳେ ଚାଇନାର ଜଣେ ବୈଜ୍ଞାନିକ ନୂଆ ଦାବି କରିଛନ୍ତି। ପୂର୍ବରୁ ଚାଇନାର ଉହାନ ଲ୍ୟାବରୁ କରୋନାର ଉତ୍ପତ୍ତି ହୋଇଥିବାବେଳେ ଆମେରିକା ସମେତ ଅନ୍ୟ କେତେକ ଦେଶ କହି ଆସୁଥିଲେ। ତେବେ ଏବେ ଚାଇନା ସେମାନଙ୍କ ରିପୋର୍ଟକୁ ଆଇନା ଦେଖାଇବା ଆରମ୍ଭ କରିଛି। ଏହା ସହିତ କୁହାଯାଉଥିଲା ଯେ ପ୍ରାଣୀଙ୍କଠାରୁ ମଣିଷଙ୍କୁ କରୋନା ସଂକ୍ରମିତ ହୋଇଛି। ତେବେ ଚାଇନାର ବର୍ତ୍ତମାନର ଦାବି ପୂର୍ବ ରିପୋର୍ଟକୁ ଭୁଲ ବୋଲି ପ୍ରମାଣିତ କରିପାରେ।

ବେଜିଂ କେମିକାଲ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟର ପ୍ରଫେସର ଟୋଙ୍ଗ ୟିଗେଙ୍ଗ୍‌ କହିଛନ୍ତି, ଉହାନର ସି ଫୁଡ ବଜାରରୁ ମିଳିଥିବା କରୋନା ଭୂତାଣୁର ଜେନେଟିକ ସିକ୍ୱେନ୍ସିଂ କରୋନା ଆକ୍ରାନ୍ତଙ୍କ ସିକ୍ୱେନ୍ସିଂ ସହିତ ପ୍ରାୟ ସମାନ ରହିଛି। ତେଣୁ ଏଥିରୁ ଅନୁମାନ କରାଯାଉଛି , ହୁଏତ କରୋନା ଭୂତାଣୁର ଉତ୍ପତ୍ତି ମଣିଷଠାରୁ ହୋଇ ଥାଇପାରେ। ଏବେ ଚାଇନା ବୈଜ୍ଞାନିକଙ୍କ ଏହି ନୂଆ ରିପୋର୍ଟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri