ଉଇଗୁର ମୁସଲମାନ ମହିଳାଙ୍କୁ ସନ୍ତାନ ପ୍ରସବ ନ କରିବାକୁ ବାଧ୍ୟ କରୁଛି ଚାଇନା !

ବେଜିଂ,୨୯।୬: ଚାଇନା ସରକାରଙ୍କ ଆଉ ଏକ ଅମାନବିକତା ଆସିଛି ସାମ୍ନାକୁ। ଏବେ ସେ ମୁସଲମାନ ସମ୍ପ୍ରଦାୟର ଜନସଂଖ୍ୟା ଉପରେ ଅଙ୍କୁଶ ଲଗାଇବାକୁ ଏକ କଠୋର ପଦକ୍ଷେପ ନେଇଥିବା ଜଣାପଡିଛି। ଏଥିପାଇଁ ସେ କେବଳ ଉଇଗୁର ସମ୍ପ୍ରଦାୟର ମୁସଲମାନ ପୁରୁଷ ଓ ମହିଳାଙ୍କର ବଳପୂର୍ବକ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଉଛି ବୋଲି ଜଣାପଡିଛି। ଏହାଦ୍ୱାରା ଉଇଗୁର ସମ୍ପ୍ରଦାୟର ମହିଳାମାନେ ଆଉ ସନ୍ତାନ ପ୍ରସବ କରିପାରିବେ ନାହିଁ। ଏହାସହ ଏମାନେ ରହୁଥିବା ଅଞ୍ଚଳରେ ହାନ ସମ୍ପ୍ରଦାୟର ଲୋକଙ୍କୁ ଅଧିକ ସନ୍ତାନ ପ୍ରସବ କରିବା ପାଇଁ ପ୍ରୋତ୍ସାହିତ କରାଯାଉଛି। ଜନସଂଖ୍ୟା ବୃଦ୍ଧି ରୋକିବାକୁ ଚାଇନା ସରକାରଙ୍କ ଏହି କଠୋର ପଦକ୍ଷେପକୁ ସମାଲୋଚନା କରାଯାଉଛି। ମିଳିଥିବା ବିଶେଷ ସୂତ୍ରରୁ ଜଣାପଡିଛି କି ପ୍ରଥମେ ପ୍ରଥମେ କେତେଜଣ ମହିଳାଙ୍କର ଇଚ୍ଛା ବିରୋଧରେ ସେମାନଙ୍କର ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଉଥିଲା। ହେଲେ ଏବେ ଏହା ବୃଦ୍ଧି ପାଇବାରେ ଲାଗିଛି। ଗତ ପ୍ରାୟ ୪ ବର୍ଷ ଧରି ଚାଲିଥିବା ଏଭଳି କାର୍ଯ୍ୟକୁ ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି କି ଏହା ଜନସଂଖ୍ୟା ନିୟନ୍ତ୍ରଣ ନାଁରେ ଏକ ପ୍ରକାର ନରସଂହାର। ତେବେ ଉଇଗୁର ମହିଳାମାନଙ୍କର ମଝିରେ ମଝିରେ ଗର୍ଭାବସ୍ଥାର ଯାଞ୍ଚ ମଧ୍ୟ କରାଯାଉଛି ବୋଲି ଜଣାପଡିଛି। ମୁସଲମାନ ସମ୍ପ୍ରଦାୟ ପ୍ରତି ଚାଇନାର ଏହା ପ୍ରଥମ ଘଟଣା ନୁହେଁ ବୋଲି କୁହାଯାଉଛି। କାରଣ ପୂର୍ବରୁ ମଧ୍ୟ ଏମାନଙ୍କୁ ଜବରଦସ୍ତ ସରକାରୀ ଚାକିରି ଦେଉଥିଲା ଚାଇନା ସରକାର। ଯଦି ଏମାନେ ଏଥିରେ ଅମଙ୍ଗ ହେଉଥିଲେ ତେବେ ସେମାନଙ୍କ ପରିବାର ଉପରେ ଜରିମାନା ଲଗାଯାଉଥିଲା ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri