ଚାଇନା ବିରୋଧରେ ଆମେରିକାର ବଡ ଚାଲ, ତାଇୱାନକୁ ଦେଲା ୧.୧ ଅରବ ଡଲାର ସେନା ସହାୟତା

ୱାଶିଂଟନ,୩ ।୯: ଚାଇନା ବିରୋଧରେ ଆମେରିକା ଚଳାଇଛି ବଡ ଚାଲ । ଶୁକ୍ରବାର ଆମେରିକା ତାଇୱାନ ଭଳି ଏକ ଛୋଟିଆ ଦ୍ୱୀପକୁ ୧.୧ ବିଲିୟନ ଡଲାରର ନୂଆ ଅସ୍ତ୍ରଶସ୍ତ୍ର ପ୍ୟାକେଜ ଦେବାକୁ ଘୋଷଣା କରିଛି । ଆମେରିକା ସ୍ପିକର ନାନ୍ସି ପେଲୋସି ସ୍ୱ-ଶାସିତ ଲୋକତନ୍ତ୍ର ଦେଶ ତାଇୱାନ ଗସ୍ତ କରିବାର ମାସକ ପରେ ଏହି ବଡ ଘୋଷଣା କରାଯାଇଛି ।
ସୂଚନାଯୋଗ୍ୟ, ପୂର୍ବରୁ ନାନ୍ସିଙ୍କ ତାଇୱାନ ଗସ୍ତକୁ ନେଇ ଚାଇନା ଖପ୍ପା ହେବା ସହ ଏମିତିକି ଉଭୟ ଦେଶ ଏହାର ପରିଣାମ ଭୋଗ କରିବେ ବୋଲି ମଧ୍ୟ ଧମକ ଦେଇଥିଲା । କେବଳ ସେତିକି ନୁହେଁ ଏହାର ପରଦିନ ଚାଇନା ତାଇୱାନ ସୀମାରେ ଯୁଦ୍ଧାଭ୍ୟାସ ଆରମ୍ଭ କରି ଦେଇଥିଲା । ଏବେବି ତାଇୱାନ ଓ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ବେଳେ ଯେ କୌଣସି ମୁହୂର୍ତ୍ତରେ ଯୁଦ୍ଧ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଏହି ଉତ୍ତେଜନା ମଧ୍ୟରେ ତାଇୱାନକୁ ଆମେରିକାର ଏହି ସହାୟତା ଖୁବ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।
ଏହି ପ୍ୟାକେଜରେ ଶତ୍ରୁ ପକ୍ଷରୁ ଆସୁଥିବା ମିଶାଇଲକୁ ଟ୍ରାକ କରିବାକୁ ତାଇୱାନର ସହଯୋଗ କରିବାକୁ ଏକ ପ୍ରାରମ୍ଭିକ ରାଡାର ଚେତାବନୀ ପ୍ରଣାଳୀ ପାଇଁ ୬୬୫ ମିଲିୟନ ଡଲାର ଓ ୬୦ ଅନ୍ୟ ହାର୍ପୁନ ମିଶାଇଲ ପାଇଁ ୩୫ ମିଲିୟନ ଡଲାର ଖର୍ଚ୍ଚ କରାଯାଇଛି । ଏହା ଆସୁଥିବା ଜାହାଜକୁ ବୁଡାଇବାରେ ସକ୍ଷମ ହେବ । ବୈଦେଶିକ ବିଭାଗର ଜଣେ ପ୍ରବକ୍ତା ଯିଏ ବିକ୍ରିକୁ ମଞ୍ଜୁରୀ ଦେଇଛନ୍ତି ସେ କହିଛନ୍ତି ପ୍ୟାକେଜ ତାଇୱାନର ସୁରକ୍ଷା ପାଇଁ ଆବଶ୍ୟକ ଥିଲା । ପ୍ରବକ୍ତା ଆହୁରି ମଧ୍ୟ କହିଛନ୍ତି, ଆମେ ବେଜିଂକୁ ତାଇୱାନ ବିରୋଧରେ ସେନା, ରାଜନୀତି, ଆର୍ଥିକ ଚାପକୁ ରୋକିବା ସହ ଏହା ବଦଳରେ ତାଇୱାନ ସହ ସାର୍ଥକ କଥାକାର୍ତ୍ତା କରିବାକୁ ଇଚ୍ଛା ପ୍ରକାଶ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri