ଚାଇନା-ଆମେରିକାରେ ବଢ଼ିଲା କରୋନା ସଂକ୍ରମଣ: ସରକାର ସତର୍କ, ଜିନୋମ ସିକ୍ୱେନ୍ସିଂ ପାଇଁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୦।୧୨ : ଚାଇନା ଏବଂ ଆମେରିକା ସମେତ ବିଶ୍ୱର ଅନେକ ଦେଶରେ ହଠାତ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ କେନ୍ଦ୍ର ସରକାର ସତର୍କ ହୋଇପଡିଛନ୍ତି। କରୋନାର ନୂଆ ଜିନୋମ ସିକ୍ୱେନ୍ସିଂ କରିବାକୁ ସରକାର ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ପକ୍ଷରୁ ଏସିଡିସି ଏବଂ ଆଇସିଏମଆରକୁ ଏକ ଚିଠି ଲେଖାଯାଇଛି।

ଏଥିରେ କୁହାଯାଇଛି ଯେ ସମସ୍ତ ରାଜ୍ୟକୁ ଜିନୋମ ସିକ୍ୱେନ୍ସିଂ ଉପରେ ଗୁରୁତ୍ୱ ଦେବାକୁ ପଡିବ। ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣର ଅଧିକ ମାମଲା ନାହିଁ, ମୃତ୍ୟୁ ମଧ୍ୟ ଯଥେଷ୍ଟ ହ୍ରାସ ପାଇଛି। କିନ୍ତୁ ଏହି ଭାଇରସ ସାରା ବିଶ୍ୱରେ ବ୍ୟାପିଯାଉଥିବାରୁ ଏଭଳି ପରିସ୍ଥିତିରେ ସରକାର ମଧ୍ୟ ଅବହେଳା କରିବାକୁ ଚାହୁଁନାହାଁନ୍ତି। କରୋନା ମାମଲା ସମ୍ପର୍କରେ କେନ୍ଦ୍ର ସରକାର ବୁଧବାର ଏକ ସମୀକ୍ଷା ବୈଠକ ଡାକିଛନ୍ତି।

ସୱାସ୍ଥ୍ୟ ସଚିବ କହିଛନ୍ତି ଯେ ଯଦି କରୋନାର ନୂତନ ଭାରିଆଣ୍ଟର ଗୁଡିକ ଠିକ ସମୟରେ ଚିହ୍ନଟ କରାଯାଏ ତେବେ ଚିକିତ୍ସା ପାଇଁ ସୁବିଧା ହେବ। ଏଥିପାଇଁ ଜିନୋମ ସିକ୍ୱେନ୍ସିଂ ଆବଶ୍ୟକ। ଜିନୋମ ସିକ୍ୱେନ୍ସିଂ ପାଇଁ ନମୁନା ପଠାଇବାକୁ ମଧ୍ୟ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ସମସ୍ତ ରାଜ୍ୟକୁ ସଜାଗ ରହିବାକୁ କହିଛନ୍ତି।

କେନ୍ଦ୍ର ସରକାର ସନ୍ଦେହ କରୁଛନ୍ତି ଯେ କରୋନାର ଏକ ନୂତନ ଭାରିଆଣ୍ଟ ଅଛି, ଯେଉଁ କାରଣରୁ ଆଗାମୀ ଦିନରେ ହଠାତ ମାମଲା ବୃଦ୍ଧି ପାଇପାରେ। କେନ୍ଦ୍ର ରାଜ୍ୟ ସରକାରଙ୍କୁ କହିଛନ୍ତି ଯେ ବିଶ୍ୱର ଅନେକ ଦେଶରେ କରୋନା ମାମଲା ଯେପରି ବଢୁଛି, ଏହା ଜଣାପଡୁଛି ଯେ କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏଭଳି ପରିସ୍ଥିତିରେ କରୋନାର ଟ୍ରେଣ୍ଡ ଉପରେ ନଜର ରଖିବା ଆବଶ୍ୟକ ।

ଦେଶରେ ଜିନୋମ ସିକ୍ୱେନ୍ସିଂ ପାଇଁ କେବଳ ୧୦ ଟି ଲ୍ୟାବ ରହିଛି। ସେଥିମଧ୍ୟରେ ଅନ୍ତର୍ଭୁକ୍ତ- ଇନଷ୍ଟିଚ୍ୟୁଟ ଅଫ ଜେନୋମିକ୍ସ ଏବଂ ଇଣ୍ଟିଗ୍ରେଟିଭ ବାୟୋଲୋଜି (ନୂଆଦିଲ୍ଲୀ), ସେଲ୍ୟୁଲାର୍‌ ଏବଂ ମଲିକୁଲାର ବାୟୋଲୋଜି (ହାଇଦ୍ରାବାଦ), ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସେସ (ଭୁବନେଶ୍ୱର), ଇନ ଷ୍ଟେମ-ଏନସିବିଏସ (ବେଙ୍ଗାଲୁରୁ), ଜାତୀୟ ପ୍ରତିଷ୍ଠାନ ଲ୍ୟାବସ ଅଫ ବାୟୋମେଟିକାଲ ଜେନୋମିକ୍ସ (କଲ୍ୟାଣୀ, ପଶ୍ଚିମବଙ୍ଗ), ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି (ପୁଣେ)।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri