ଆମେରିକା ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ଚାଇନା

ଓ୍ବାଶିଂଟନ,୨୪।୧୦: ଗତ କିଛି ବର୍ଷ ହେଲା ଆମେରିକା ଏବଂ ଚାଇନା ଧ୍ୟରେ ବାଣିଜି୍ୟ ସମ୍ପର୍କ ଖରାପ ହେବାରେ ଲାଗିଛି। ବର୍ତ୍ତମାନ ଉଭୟ ଦେଶର ସରକାର ସମ୍ପର୍କରେ ଜମା ହୋଇଥିବା ବରଫ ତରଳାଇବା ପାଇଁ ଉଦ୍ୟମ ଜୋରଦାର କରିଛନ୍ତି। ସୂଚନାଯୋଗ୍ୟ, ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଅକ୍ଟୋବର ୨୬-୨୮ରୁ ଆମେରିକା ଗସ୍ତ କରୁଛନ୍ତି। ୱାଙ୍ଗ ୟି ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କ ସହ ଆଲୋଚନା କରିବେ। ଆମେରିକାର ବାଇଡେନ ସରକାର ଚାଇନା ସହ ଆଲୋଚନା ଜାରି ରଖିବାକୁ ଆଗ୍ରହୀ ଏବଂ ସେଥିପାଇଁ ୱାଙ୍ଗ ୟି ଆମେରିକା ଗସ୍ତ କରୁଛନ୍ତି।

ଆମେରିକାର ବୈଦେଶିକ ବିଭାଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଆମେରିକା ଗସ୍ତ ସମ୍ପର୍କରେ ସୂଚନା ଦେଇଛି। ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଦୁଇ ନେତା ଦ୍ୱିପାକ୍ଷିକ, ଆଞ୍ଚଳିକ ତଥା ବଶ୍ୱ ସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ଏବଂ ଆମେରିକା ଏବଂ ଚାଇନା ମଧ୍ୟରେ ଯୋଗାଯୋଗର ବାଟ ଖୋଲା ରଖିବାକୁ ଉଦ୍ୟମ କରାଯିବ। ସୂଚନାଯୋଗ୍ୟ, ୨୦୧୮ ଠାରୁ ବାଣିଜ୍ୟ ସମ୍ବନ୍ଧରେ ଚାଇନା ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଚାଲିଛି। ଉଭୟ ଦେଶ ପରସ୍ପରଠାରୁ ଆସୁଥିବା ସାମଗ୍ରୀ ଉପରେ ଆମଦାନୀ ଶୁଳ୍କକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି
ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଆମେରିକା ଏହାର ସ୍ବାର୍ଥ ଏବଂ ମୂଲ୍ୟବୋଧକୁ ଆଗକୁ ବଢାଇବା, ମତଭେଦ ଦୂର କରିବା ତଥା ସାଧାରଣ ଆହ୍ବାନର ମୁକାବିଲା ପାଇଁ କୂଟନୀତି ବ୍ୟବହାର ଜାରି ରଖିବ। ୱାଙ୍ଗ ୟିଙ୍କ ଆମେରିକା ଗସ୍ତ ଏପରି ଏକ ସମୟରେ ଆସିଛି ଯେତେବେଳେ ଆମେରିକାର ସାଂସଦମାନେ ବିଶ୍ୱର ଦୁଇ ବୃହତ ଅର୍ଥନୀତି ମଧ୍ୟରେ ତିକ୍ତତା ହ୍ରାସ କରିବାକୁ ଚେଷ୍ଟା କରୁଛନ୍ତି। ସୂଚନାଯୋଗ୍ୟ ଯେ ଆସନ୍ତା ମାସରେ ସାନ ଫ୍ରାନ୍ସିସ୍କୋରେ ଏକ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ସମ୍ମିଳନୀ ଅନୁଷ୍ଠିତ ହେବ ଯେଉଁଥିରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ମଧ୍ୟ ଯୋଗ ଦେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri