କରୋନା ମହାମାରୀ ସଂକ୍ରମଣ ପାଇଁ ଚାଇନା-ଡବ୍ଲ୍ୟୁଏଚ୍‌ଓ ଦାୟୀ

ଜେନେଭା,୧୯।୧: ଚାଇନାର ଉହାନ ସହରରୁ କରୋନା ମହାମାରୀ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଦେଶକୁ ବ୍ୟାପୀ ଥିଲା। କରୋନା ସଂକ୍ରମଣ ପାଇଁ ଚାଇନା ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦାୟୀ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା ଏବଂ ଡବ୍ଲ୍ୟୁଏଚ୍‌ଓ କୌଣସି ସାବଧାନତା ଅବଲମ୍ବନ କରି ନ ଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଇଣ୍ଡିପେଣ୍ଡେଟ୍‌ ପ୍ୟାନେଲ୍‌ ଫର୍‌ ପେଣ୍ଡାମିକ୍‌ ପ୍ରିପାର୍ଡନେସ୍‌ ଆଣ୍ଡ ରେସପନ୍ସ୍‌ ପକ୍ଷରୁ ପ୍ରକାଶ ପାଇଛି। ଚାଇନା ଚାହିଁଥିଲେ ମହାମାରୀ ସଂକ୍ରମଣକୁ ରୋକି ପାରିଥାନ୍ତା। ମାତ୍ର ଚାଇନା ଏଭଳି ପଦକ୍ଷେପ ଗ୍ରହଣ ନ କରିବାରୁ କରୋନା ମହାମାରୀ ପୃଥିବୀ ସାରା ବ୍ୟାପୀ ଯାଇଥିଲା। ୨୦୧୯ ଡିସେମ୍ବରରେ ଉହାନରେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ମାତ୍ର ଚାଇନା ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବନ୍ଦ କରି ନ ଥିଲା। ସେହିପରି ଡବ୍ଲ୍ୟୁଏଚ୍‌ଓର ଜରୁରିକାଳୀନ କମିଟି ପକ୍ଷରୁ ୨୦୨୦ ଜାନୁୟାରୀ ୨୨ ପର୍ଯ୍ୟନ୍ତ ମହାମାରୀ ସଙ୍କଟ ସମ୍ପର୍କରେ କୌଣସି ସୂଚନା ପ୍ରଦାନ କରାଯାଇ ନ ଥିଲା, କିମ୍ବା ଏନେଇ ବୈଠକ ମଧ୍ୟ ଅନୁଷ୍ଠିତ ହୋଇ ନ ଥିଲା। ସମୟ ପୂର୍ବରୁ କମିଟି କରୋନା ମହାମାରୀ ସମ୍ପର୍କରେ ଘୋଷଣା କରିବାରେ ଅସଫଳ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ରିପୋର୍ଟ ନେଇ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଏବଂ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିସିୟସ୍‌ଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri