ରୁଷିଆ-ୟୁକ୍ରେନ ଭିତରେ ମଧ୍ୟସ୍ଥା କରିବ ଚାଇନା

ବେଜିଂ,୭।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୨ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ସମାପ୍ତି ଲାଗି ଅନେକ ଦେଶ ଯଥାସମ୍ଭବ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଚାଇନା ପକ୍ଷରୁ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ରୁଷିଆ ଓ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନା ପାଇଁ ଚାଇନା ମଧ୍ୟସ୍ଥି ଭୂମିକା ଗ୍ରହଣ କରିବା ବୋଲି ଘୋଷଣା କରିଛି। ସୋମବାର ଚାଇନାର ବର୍ହିବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କରେ ସୂଚନା ଦିଆଯାଇଛି। ଆବଶ୍ୟକତା ପଡ଼ିଲେ ଚାଇନା ମଧ୍ୟସ୍ଥା କରିବାକୁ ପ୍ରସ୍ତୁତ ଅଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ତୃତୀୟ ପର୍ଯ୍ୟାୟ ଆଲୋଚନା ପୂର୍ବରୁ ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଏହି ବୟାନ ସାମ୍ନାକୁ ଆସିଥିବା ବେଳେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ୟୁକ୍ରେନର ସଙ୍କଟର ସମାଧାନ କରିବା ଲାଗି ଚାଇନା ସବୁକିଛି କରିବ। ଅନ୍ୟପଟେ ଚାଇନା ନିଜର ରେଡ୍‌ କ୍ରସ ୟୁକ୍ରେନକୁ ଖୁବ ଶୀଘ୍ର ସହାୟତା ପାଇଁ ପଠାଇବାକୁ ଯାଉଛି। ରୁଷିଆ ସହିତ ଚାଇନାର ବନ୍ଧୁତା ଏବେ ବି ମଜ୍‌ଭୁତ ରହିଛି ବୋଲି ବର୍ହିବ୍ୟାପାର ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ସୋମବାର ପୁଣିଥରେ ୟୁକ୍ରେନ ଏବଂ ରୁଷିଆର ପ୍ରତିନିଧୀମାନେ ଏକାଠି ହୋଇ ଶାନ୍ତି ଆଲୋଚନା କରିବେ। ଭାରତୀୟ ସମୟ ଅନୁସାରେ ସନ୍ଧ୍ୟା ସାଢ଼େ ୫ଟାରେ ଏହି ତୃତୀୟ ପର୍ଯ୍ୟାୟ ଆଲୋଚନା ବୈଠକ ଅନୁଷ୍ଠିତ ହେବ। ଏହାପୂର୍ବରୁ ରୁଷିଆ ୟୁକ୍ରେନର ୪ଟି ସହରରେ ଅସ୍ତ୍ରବିରତି ଉଲ୍ଲଂଘନ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri