ବର୍ଷକ ପରେ ପୁଣି ଉହାନରେ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରତ୍ୟେକ ନାଗରିକଙ୍କ ହେବ ଯାଞ୍ଚ

ବେଜିଂ,୩।୮: ଚାଇନାର ଉହାନ ସହରରେ ବର୍ଷକ ପରେ ପୁଣି ଥରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସହରରେ ଭୟର ବାତାବରଣ ଖେଳିଯାଇଛି। ତେଣୁ ସହରର ସମସ୍ତ ଲୋକଙ୍କୁ ଯାଞ୍ଚ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଉହାନ ସହରରେ ୧କୋଟିରୁ ଅଧିକ ଲୋକ ବସବାସ କରନ୍ତି। ଏଭଳି ପରିସ୍ଥିତିରେ ନୂଆ କରୋନା ମାମଲା ସାମ୍ନାକୁ ଆସିବା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ତେଣୁ ସରକାର ୧କୋଟିରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରର ସମସ୍ତ ବାସିନ୍ଦାଙ୍କ କରୋନା ଯାଞ୍ଚ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ମଙ୍ଗଳବାର ଉହାନର ବରିଷ୍ଠ
ଅଧିକାରୀ ଲି ତାଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୦୧୯ରେ ଉହାନ ସହରରେ କରୋନା ସଂକ୍ରମଣର ପ୍ରଥମ ମାମଲା ସାମ୍ନାକୁ ଆସିଥିଲା। ଏହାପରେ ବିଶ୍ୱର ଅନ୍ୟ ଦେଶଗୁଡ଼ିକରେ କରୋନା ବ୍ୟାପିବା ଆରମ୍ଭ କରିଥିଲା। ସୂଚନା ମୁତାବକ ମଙ୍ଗଳବାର ଚାଇନାରେ ଗତ ୨୪ ଘଣ୍ଟାରେ ୬୧ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଚାଇନାର ଅତିକମ୍‌ରେ ୧୮ଟି ପ୍ରଦେଶରେ ଗତ ୧୦ଦିନ ମଧ୍ୟରେ ୩୦୦ ଘରୋଇ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଯାହା କେବଳ ଚାଇନା ପାଇଁ ନୁହେଁ ବରଂ ଏହା ବିଶ୍ୱର ଅନ୍ୟ ଦେଶମାନଙ୍କ ଲାଗି ଚିନ୍ତାର କାରଣ ପାଲଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri