ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ ଏହି ଚଳଚ୍ଚିତ୍ର “ତଥ୍ୟକୁ ବିକୃତ କରୁଛି” ବୋଲି ଅଭିଯୋଗ କରି ଏକ ନୂଆ ବିବାଦ ସୃଷ୍ଟି କରିଛି। ୨୦୨୦ ମସିହାରେ ପୂର୍ବ ଲଦାଖର ଗାଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ଉପରେ ଏହି ସିନେମା ପର୍ଯ୍ୟବେସିତ।

ଚାଇନା ସରକାରଙ୍କ ମୁଖପତ୍ର ‘ଗ୍ଲୋବାଲ ଟାଇମ୍ସ’ ଏକ ଆର୍ଟିକିଲରେ ଦାବି କରିଛି ଯେ ସିନେମାରେ ଦର୍ଶାଯାଇଥିବା ଘଟଣାଗୁଡ଼ିକ ବାସ୍ତବତା ସହ ମେଳ ଖାଉନାହିଁ। ଚାଇନା ପକ୍ଷରୁ କୁହାଯାଇଛି ଯେ, ବଲିଉଡ୍ ନିଜର ଜାତୀୟତାବାଦୀ ଭାବନାକୁ ବଢ଼ାଇବା ପାଇଁ ଏଭଳି ଅତିରଞ୍ଜିତ ଚଳଚ୍ଚିତ୍ର ନିର୍ମାଣ କରୁଛି। ଏପରିକି ଗାଲୱାନ ଉପତ୍ୟକା ଚାଇନାର ଅଞ୍ଚଳ ବୋଲି ମିଥ୍ୟା ଦାବି କରିବା ସହ ୨୦୨୦ ସଂଘର୍ଷ ପାଇଁ ଭାରତକୁ ଦାୟୀ କରିଛି। ଏପରିକି ଶହୀଦ କର୍ଣ୍ଣେଲ ସନ୍ତୋଷ ବାବୁଙ୍କ ବୀରତ୍ୱକୁ ମଧ୍ୟ ଚାଇନା ଗଣମାଧ୍ୟମ ପରିହାସ କରିବାକୁ ପଛାଇ ନାହିଁ।

ଅପୂର୍ବ ଲାଖିଆଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ସଲମାନ ଖାନ କର୍ଣ୍ଣେଲ ବିକ୍କୁମଲ୍ଲା ସନ୍ତୋଷ ବାବୁଙ୍କ ଭୂମିକାରେ ଅଭିନୟ କରୁଛନ୍ତି, ଯିଏ ଗାଲୱାନରେ ଚାଇନା ସେନା ସହ ଲଢ଼ି ଶହୀଦ ହୋଇଥିଲେ। ଏଥିରେ ଚିତ୍ରାଙ୍ଗଦା ସିଂ ମୁଖ୍ୟ ମହିଳା ଚରିତ୍ରରେ ଥିବାବେଳେ ଜେନ୍ ଶ’, ଅଙ୍କୁର ଭାଟିଆ ଏବଂ ବିପିନ ଭରଦ୍ୱାଜ ପ୍ରମୁଖ ଅଭିନୟ କରୁଛନ୍ତି।

ତେବେ ସରକାରୀ ସୂତ୍ର ଅନୁଯାୟୀ, ଭାରତ ସରକାର କହିଛନ୍ତି ଯେ, ଏହି ଚଳଚ୍ଚିତ୍ରରେ ସରକାରଙ୍କର କୌଣସି ଭୂମିକା ନାହିଁ। ଭାରତରେ ଅଭିବ୍ୟକ୍ତିର ସ୍ୱାଧୀନତା ରହିଛି ଏବଂ ନିର୍ମାତାମାନେ ନିଜ କଳାତ୍ମକ ସ୍ୱାଧୀନତା ଅନୁଯାୟୀ ସିନେମା ନିର୍ମାଣ କରିପାରିବେ। ଯଦି କାହାର କିଛି ସନ୍ଦେହ ଅଛି, ତେବେ ସେମାନେ ପ୍ରତିରକ୍ଷା ମନ୍ତ୍ରଣାଳୟ ସହ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri