Posted inଜାତୀୟ

ୟୁଏନ୍‌ଏସ୍‌ସିରେ କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚାଇନାର ଉଦ୍ୟମ

ନୂଆଦିଲ୍ଲୀ,୭ା୮(ପି.ଟି./ଆଇଏନ୍‌ଏସ୍‌):କଶ୍ମୀର ପ୍ରସଙ୍ଗକୁ ଚାଇନା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଉଠାଇବାକୁ ଉଦ୍ୟମ କରୁଥିବାବେଳେ ଭାରତ ଏହାର ସମାଲୋଚନା କରିବା ସହ ବେଜିଂକୁ କଡ଼ା ଚେତାବନୀ ଦେଇଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ନ ଖେଳାଇବା ଲାଗି ଗୁରୁବାର ବେଜିଂକୁ ନୂଆଦିଲ୍ଲୀ କହିଛି। ଜାତିସଂଘ ସୁରକ୍ଷା ପରିଷଦରେ କଶ୍ମୀର ପ୍ରସଙ୍ଗ ଉଠାଇବା ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଥିବାବେଳେ ଚାଇନା ଏହାକୁ ସମର୍ଥନ କରିଆସୁଛି। ବୁଧବାର ଜମ୍ମୁ-କଶ୍ମୀର ପୁନର୍ଗଠନର ପ୍ରଥମ ବାର୍ଷିକୀ ପାଳନ ଅବସରରେ ଉକ୍ତ ପ୍ରସଙ୍ଗ ୟୁଏନ୍‌ଏସ୍‌ସିରେ ଆଲୋଚନା ଲାଗି ଇସ୍‌ଲାମାବାଦ ଉଠାଇଥିବାବେଳେ ବେଜିଂ ଏହାକୁ ସମର୍ଥନ କରିଥିଲା। ତେବେ ଏହା ସଫଳ ହୋଇପାରି ନାହିଁ।
ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି, ଚାଇନା ପୂର୍ବରୁ କେତେଥର ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ଉଦ୍ୟମ କରିଥିଲା। ତେବେ ଏହାକୁ ଅନ୍ତର୍ଜାତୀୟ ସମୁଦାୟ ସମର୍ଥନ ଦେଇ ନ ଥିଲେ। ଏଥର ମଧ୍ୟ ଚାଇନା ଏଭଳି ଉଦ୍ୟମରୁ ଦୂରେଇ ରହିବା ପାଇଁ ଭାରତ ଆହ୍ବାନ ଦେଇଛି। ପୂର୍ବ ଲଦାଖରେ ଭାରତ ଓ ଚାଇନା ମଧ୍ୟରେ ସୀମାବିବାଦ ଜଟିଳ ହୋଇଥିବାବେଳେ କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତୀୟକରଣ କରିବା ପାଇଁ ବେଜିଂ ଉଦ୍ୟମ କରୁଛି। ଗତବର୍ଷ ଅଗଷ୍ଟ ୫ରେ ଭାରତ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିଥିଲା। ଭାରତର ଏଭଳି ନିଷ୍ପତ୍ତିକୁ ସେତେବେଳେ ଚାଇନା ସମାଲୋଚନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଲିରେ ଭାରତର ମିଳିଲା ବ୍ରୋଞ୍ଜ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ, ତାର ଚୋରି ସନ୍ଦେହରେ ନାବାଳକଙ୍କୁ ବାନ୍ଧି….

ପାରଳାଖେମୁଣ୍ଡି,୨୮।୬ (ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ତାର ଚୋରି ସନ୍ଦେହରେ ଜଣେ ନାବାଳକଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅମାନବୀୟ ଭାବେ ମାଡ଼…

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri