ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନାର ପ୍ରବେଶ: ବଢ଼ିଲା ପଶ୍ଚିମ ଦେଶଙ୍କ ଚିନ୍ତା…

ବେଜିଂ,୨୨।୨ : ଆମେରିକା ସମେତ ଅନେକ ପାଶ୍ଚାତ୍ୟ ଦେଶ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନଙ୍କ ସୈନ୍ୟଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି। କିନ୍ତୁ ଚାଇନା ନେଇଥିବା ପଦକ୍ଷେପ ଏହି ସବୁ ଦେଶର ଚିନ୍ତା ବଢ଼ାଇ ଦେଇଛି। ଫେବୃଆରୀ ୨୪ ରେ ଯୁଦ୍ଧକୁ ଏକ ବର୍ଷ ପୂରଣ ହେବ। ଗୋଟିଏ ବର୍ଷ ପୂରଣ ପୂର୍ବରୁ ମଧ୍ୟ ଆମେରିକା ଏହି ଯୁଦ୍ଧରେ ଚାଇନାର ପ୍ରବେଶକୁ ଏକ ବଡ଼ ବିପଦ ବୋଲି ଘୋଷଣା କରିସାରିଛି। ଆମେରିକା କହିଛି ଯେ ଚାଇନା ରୁଷିଆକୁ ଅସ୍ତ୍ରଶସ୍ତ୍ରରେ ସାହାଯ୍ୟ କରିବାକୁ ଯାଉଛି, ଯେଉଁଥିପାଇଁ ପୁଟିନଙ୍କ ସେନା ୟୁକ୍ରେନ ଉପରେ ଅଧିକ ଆକ୍ରମଣାତ୍ମକ ହେବେ।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଚାଇନାକୁ ଦୁଇ ଦେଶର ଯୁଦ୍ଧରେ ଏକ ବିପଦ ବୋଲି କହିଛନ୍ତି।
ଆମେରିକାର ଗୁପ୍ତଚର ଏଜେନ୍ସି ସୂଚନା ଦେଇଛି ଯେ ରୁଷିଆକୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଯୋଗାଇବାକୁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଚିନ୍ତା କରୁଛନ୍ତି। ଯାହା ଆଗାମୀ ସମୟରେ ସଙ୍କଟ ସୃଷ୍ଟି କରିପାରେ। ଆଣ୍ଟୋନି ବ୍ଲିଙ୍କେନ ଆହୁରି ମଧ୍ୟ କହିଛନ୍ତି ଯେ ଚାଇନା ଏବଂ ରୁଷିଆର କାର୍ଯ୍ୟକୁ ମ୍ୟୁ ସମାଲୋଚନା କରୁନାହିଁ କିମ୍ବା ରୁଷିଆ ଉପରେ ୟୁକ୍ରେନର ଆକ୍ରମଣକୁ ଭୁଲ ମନେ କରୁନାହିଁ। ସେ ଚେତାବନୀ ଦେଇଛନ୍ତି ଯେ ଚାଇନାରୁ ଯେକ କୌଣସି ଅସ୍ତ୍ରଶସ୍ତ୍ର ଯୋଗାଣ କେବଳ ପାଶ୍ଚାତ୍ୟ ଦେଶ ପାଇଁ ନୁହେଁ ବରଂ ବିଶ୍ୱର ଅନ୍ୟ ଦେଶ ପାଇଁ ମଧ୍ୟ ସମସ୍ୟା ସୃଷ୍ଟି କରିପାରେ।

ଏନେଇ ଚାଇନା ବୈଦେଶିକ ମନ୍ତ୍ରଣାଳୟ ଆମେରିକାକୁ ମିଥ୍ୟା ତଥ୍ୟ ବିସ୍ତାର କରୁଥିବା ଅଭିଯୋଗ କରିଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯୁଦ୍ଧକ୍ଷେତ୍ରରେ ଅସ୍ତ୍ରଶସ୍ତ୍ର ବିତରଣ କରିବା କାମ ଚାଇନା କରୁ ନାହିଁ, ଏହା ଆମେରିକାର କରୁଛି। ଚାଇନା ଉପରେ ତଦନ୍ତ କରିବାର ଆମେରିକାର କୌଣସି ଅଧିକାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri