ସହାୟତା ଅପେକ୍ଷାରେ ଚାଇନାଙ୍କ ପରିବାର

କୃଷ୍ଣପ୍ରସାଦ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୁରୁପାଳ ଗ୍ରାମର ପ୍ରବୀର ଜେନାଙ୍କ ଝିଅ ଚାଇନା(୨୩)। ଜନ୍ମରୁ ଚାଇନା ଦିବ୍ୟାଙ୍ଗ। ଅଣ୍ଟା ପାଖରୁ ଗୋଡ଼ ପର୍ଯ୍ୟନ୍ତ କାମ କରୁନାହିଁ। ଘୋଷାରି ଘୋଷାରି ହୋଇ ଏ ଘରରୁ ସେ ଘରକୁ ଯିବା ଆସିବା କରୁଛନ୍ତିି। କଥା ବୁଝିପାରୁଛି, ହେଲେ କିଛି କହିପାରୁ ନାହିଁ। ଏନେଇ ବପ୍ରବୀର କୁହନ୍ତି, ଝିଅକୁ ଭଲ କରିବା ପାଇଁ ଓଲଟପୁର, ଭୁବନେଶ୍ୱର, କଟକ, ବ୍ରହ୍ମପୁର, ବିଶାଖାପାଟଣାର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ପାଇଁ ଜମି ବିକ୍ରି କରିସାରିଥିଲେ ମଧ୍ୟ ଚାଇନା ଭଲ ହେଲା ନାହିଁ। ଡାକ୍ତର କହୁଛନ୍ତି ଭଲ ହୋଇଯିବ, ହେଲେ ଟଙ୍କା ଦରକାର। ସବୁଦିନେ ଖଟିଲେ ପେଟକୁ ମୁଠାଏ ଖାଦ୍ୟ ମିଳେ। ଏତେ ଟଙ୍କା କେଉଁଠାରୁ ଆଣିବୁ, ଝିଅକୁ ଭଲ କରିବା ଲାଗି। ଚାଇନା ଦିବ୍ୟାଙ୍ଗ ହୋଇଥିବାରୁ ସରକାରଙ୍କ ପକ୍ଷରୁ ଷ୍ଟାଇପେଣ୍ଡ ଟଙ୍କା ମିଳୁଛି। ହେଲେ ରାଶନ ସାମଗ୍ରୀ ମିଳୁନାହିଁ। ଆର୍ଥିକ ଅନଟନ ଯୋଗୁୁ ଓଳିଏ ଖାଇଲେ ଓଳିିଏ ଉପବାସ ରହିବାକୁ ପଡୁଛି। ସରକାରୀ, ସାମାଜିକ ଅନୁଷ୍ଠାନ କିମ୍ବା ସହୃଦୟ ବ୍ୟକ୍ତି ସହାୟତା କଲେ ଝିଅର ଚିକିତ୍ସା ହୋଇପାରିବ ବୋଲି ପ୍ରବୀର କହିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ବିଡିଓ ଦାୟିତ୍ୱରେ ଥିବା ତହସିଲଦାର ଉଲ୍ଲାସ କୁମାର ସେଠୀ କହିଛନ୍ତି, ତଦନ୍ତ ପରେ ସମସ୍ତ ସରକାରୀ ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri