ଚାଇନାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ବହିଷ୍କୃତ

ବେଜିଂ,୨୦ା୯: ଚାଇନାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ କିନ୍‌ ଗାଙ୍ଗ୍‌ଙ୍କୁ ତାଙ୍କ ପଦରୁ ବହିଷ୍କାର କରାଯାଇଛି। ସେ ପୂର୍ବରୁ ଆମେରିକା ରାଷ୍ଟ୍ରଦୂତ ଥିବାବେଳେ ସେଠାରେ ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖି ଏକ ପିଲାର ବାପା ହୋଇଥିବା ତଦନ୍ତରୁ ଜଣାପଡ଼ିବା ପରେ ବେଜିଂ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିନ୍‌ ବହିର୍ବ୍ୟାପାର ମନ୍ତ୍ରୀ ପଦରେ ୬ ମାସ କାର୍ଯ୍ୟ କରିବା ପରେ ମାସେ ପାଇଁ ରହସ୍ୟଜନକ ଭାବେ ଉଭାନ ହୋଇଯାଇଥିଲେ। ଫଳରେ ଗତ ଜୁଲାଇରେ ତାଙ୍କ ସ୍ଥାନରେ କୂଟନୀତିଜ୍ଞ ଓ୍ବାଙ୍ଗ ଓ୍ବିଙ୍କୁ ବହିର୍ବ୍ୟାପାର ମନ୍ତ୍ରୀ କରାଯାଇଥିଲା। କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ କରାଯାଇଥିବା ତଦନ୍ତରୁ କିନ୍‌ଙ୍କ ଜୀବନଶୈଳୀ ପ୍ରସଙ୍ଗରେ ଜଣାପଡ଼ିଥିଲା। ସେହି ଜୀବନଶୈଳୀ କ’ଣ, ତାହା ସରକାରୀ ଭାବେ ସ୍ପଷ୍ଟ ହୋଇ ନ ଥିବାବେଳେ ସାଧାରଣତଃ ଏହା ଏକପ୍ରକାର ଯୌନ ଅସଦାଚରଣ ହୋଇପାରେ ବୋଲି କୁହାଯାଉଛି। ଆମେରିକାରେ ଏହି ସମ୍ପର୍କରୁ କିନ୍‌ ଏକ ସନ୍ତାନର ବାପା ହୋଇଥିଲେ। ଉକ୍ତ ସମ୍ପର୍କ ଯୋଗୁ ଦେଶର ସୁରକ୍ଷା ସହ ସାଲିସ୍‌ କରାଯାଇଛି କି ନାହିଁ, ତାହା ଉପରେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri