ଚାଇନାର ଆତଙ୍କବାଦୀ ପ୍ରେମ: ରୌଫଙ୍କୁ ବ୍ଲାକଲିଷ୍ଟ କରିବାକୁ ଜାତିସଂଘରେ ଭାରତର ପ୍ରସ୍ତାବ ନେଇ ଉଠାଇଲା ଆପତ୍ତି…

ବେଙ୍ଗାଲୁରୁ,୧୧।୫ : ପାକିସ୍ତାନୀ ଆତଙ୍କବାଦୀ ଅବଦୁଲ ରୌଫ ଅଜହରଙ୍କୁ ବିଶ୍ୱ ଆତଙ୍କବାଦୀ ଭାବରେ ଘୋଷଣା କରିବାକୁ ଭାରତର ପ୍ରସ୍ତାବକୁ ଚାଇନା ବିରୋଧ କରିଛି। ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଫୋରମମରେ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ଦେଇଥିବା ପ୍ରତିଶ୍ରୁତି ଚାଇନା ଭୁଲିଯାଇଛି।
ରୌଫ ଜୈଶ-ଇ-ମହମ୍ମଦ ନେତା ମାସୁଦ ଅଜହରଙ୍କ ଭାଇ। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲା। ୧୯୯୯ମସିହାରେ ଇଣ୍ଡିଆନ ଏୟାରଲାଇନ୍ସର ବିମାନ ଆଇସି-୮୧୪ର ଅପହରଣରେ ରୌଫ ସାମିଲ ଥିଲେ। ଯାତ୍ରୀମାନଙ୍କ ସହିତ ପରିପୂର୍ଣ୍ଣ ଏହି ବିମାନକୁ ଅପହରଣ କରି ଆଫଗାନିସ୍ତାନର କାନ୍ଦାହାରକୁ ନିଆଯାଇଥିଲା ଏବଂ ଏହାର ପ୍ରତିବଦଳରେ ମାସୁଦ ଅଜହର ଏବଂ ଅନ୍ୟ ଆତଙ୍କବାଦୀଙ୍କୁ ମୁକ୍ତ କରାଯାଇଥିଲା।

୨୦୦୧ରେ ଭାରତୀୟ ସଂସଦ ଉପରେ ହୋଇଥିବା ଆକ୍ରମଣ ଏବଂ ୨୦୧୬ରେ ପଠାନକୋଟରେ ଭାରତୀୟ ବାୟୁସେନା ବେସ ଉପରେ ହୋଇଥିବା ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ ଦାୟୀ। ଏହି ସମସ୍ତ ଆକ୍ରମଣରେ ରୌଫଙ୍କ ସମ୍ପୃକ୍ତି ମଧ୍ୟ ସାମ୍ନାକୁ ଆସିଥିଲା। ୨୦୧୦ ରୁ ଆମେରିକା ରୌଫଙ୍କ ବିରୋଧ ପ୍ରତିବନ୍ଧକ ଲଗାଇଛି।

ଅଗଷ୍ଟ ୨୦୨୨ ରେ ମଧ୍ୟ ଭାରତ ରୌଫଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବାକୁ ଏକ ପ୍ରସ୍ତାବ ଉପସ୍ଥାପନ କରିଥିଲା, ସେତେବେଳେ ମଧ୍ୟ ଚାଇନା ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ଭାବରେ ଭେଟୋ ଅଧିକାର ବ୍ୟବହାର କରି ଏହି ପ୍ରସ୍ତାବକୁ ବନ୍ଦ କରି ଦେଇଥିଲା। କିନ୍ତୁ ଏଥର ଏହି ପ୍ରସ୍ତାବ ବନ୍ଦ କରିବା ସହିତ ଚାଇନା ଆପତ୍ତି ଉଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri