Posted inଜାତୀୟ

ଚାଇନାର ଗୁପ୍ତଚରୀ: ୧୩୫୦ ରାଜନେତାଙ୍କ ତଥ୍ୟ କରୁଛି ସଂଗ୍ରହ

ନୂଆଦିଲ୍ଲୀ, ୧୪।୯: ଚାଇନାର ଏଲ୍‌ଏସିରେ ଭାରତ ସହିତ ମୁହାଁମୁହିଁ ହେବା ସହିତ ଦେଶର ରାଜନେତାଙ୍କ ସମ୍ପର୍କରେ ଗୁପ୍ତରେ ତଥ୍ୟ ସଂଗ୍ରହ କରୁଛି। ଡିଜିଟାଲ ପ୍ଲାଟଫର୍ମ ସହାୟତାରେ ଚାଇନା ଏଭଳି କାର୍ଯ୍ୟ ଜାରି ରଖିଥିବା ନେଇ ପର୍ଦ୍ଦାଫାଶ୍‌ ହୋଇଛି। ଗଣମାଧ୍ୟମ ସଂସ୍ଥା ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ରେ ଏସମ୍ପର୍କରେ ତଥ୍ୟ ପ୍ରକାଶ ପାଇଛି। ଦେଶର ୧୩୫୦ ରାଜନେତାଙ୍କ ବିଷୟରେ ତଥ୍ୟ ସଂଗ୍ରହ କାର୍ଯ୍ୟ ଚାଇନା କରୁଥିବା ନେଇ ଦେଶର ରାଜନୈତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। ରାଜନେତାଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ୫ ଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ସଡ଼ିଏସ୍‌ ବିପିନ୍‌ ରାଓ୍ବତ, ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ପ୍ରମୁଖଙ୍କ ନାମ ତାଲିକାରେ ରହିଛି। ସେହିପରି ଏହି ତାଲିକାରେ ପୂର୍ବତନ ତଥା ବର୍ତ୍ତମାନର ୪୦ ଜଣ ମୁଖ୍ୟମନ୍ତ୍ରୀ ରହିଛନ୍ତି। ୩୫୦ ଜଣ ଏମ୍‌ପି ମଧ୍ୟ ଏହି ତାଲିକାରେ ରହିଛନ୍ତି। ଏହା ସହିତ ତାଲିକାରେ ବହୁ ବିଧାୟକ, ମେୟର, ସରପଞ୍ଚ, ସେନା ଅଧିକାରୀ ଏବଂ ଆଇନଜୀବୀଙ୍କ ନାମ ମଧ୍ୟ ରହିଛି। ତାଲିକାରେ ବର୍ତ୍ତମାନର ୨୪ ମୁଖ୍ୟମନ୍ତ୍ରୀ ରହିଛନ୍ତି। ସେହିପରି ଏଥିରେ ୧୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ରହିଛି। ତାଲିକାରେ ୭୦ ଜଣ ମେୟର ମଧ୍ୟ ରହିଛନ୍ତି। ଚାଇନାର ଶେନଝେନ୍‌ ଏବଂ ଝେହ୍ନୁଆ ଇନଫୋଟେକ୍‌ ପକ୍ଷରୁ ଏଭଳି ଗୁପ୍ତଚରୀ କରାଯାଉଥିବା ନେଇ ଜଣାପଡ଼ିଛି। ଶେନଝେନ୍‌ ଚାଇନାର କମ୍ୟୁନିଷ୍ଟ୍‌ ସରକାରଙ୍କ ପାଇଁ ଭାରତରେ ଗୁପ୍ତଚରୀ କରୁଛି। ଅନ୍ୟ ଦେଶ ଉପରେ ନଜର ରଖିବା ଏହାର କାମ ବୋଲି କୁହାଯାଉଛି। ଏହାକୁ ନେଇ ସଂସଦରେ ହଟ୍ଟଗୋଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri