Posted inଜାତୀୟ

ଛିଡୁନି ଅଙ୍କକଷା, ବାଜି ମାରିବ ଭାଜପା, ଓଡ଼ିଶା ସହ ପଶ୍ଚିମବଙ୍ଗରେ ବି ସବୁଠାରୁ ବଡ ଦଳ ହେବ ଭାଜପା: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଦାବି କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି (ଭାଜପା) କିଛି ରାଜ୍ୟରେ ନିଜର ଆସନ ବୃଦ୍ଧି କରିବ ଏବଂ ଦକ୍ଷିଣ ଏବଂ ଉତ୍ତର ପୂର୍ବ ଭାରତରେ ଭୋଟ ଅଂଶ ବଢାଇବ। ସେ କହିଛନ୍ତି ଯେ ଆସନ୍ତା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ସିଟ ଜିତିପାରିବ ଯାହା କେନ୍ଦ୍ରରେ ସରକାର ଗଠନ ପାଇଁ ଆବଶ୍ୟକ ହେଉଥିବା ମ୍ୟାଜିକ ସଂଖ୍ୟାଠାରୁ ବହୁତ ଅଧିକ।
ପ୍ରଶାନ୍ତ କହିଛନ୍ତି ଚଳିତବର୍ଷ ନିର୍ବାଚନରେ ପଶ୍ଚିମବଙ୍ଗରେ ଏକ ନମ୍ବର ଦଳ ଭାବେ ଭାଜପା ଉଭା ହୋଇପାରେ। ଏଥି ସହିତ, ତେଲେଙ୍ଗାନାରେ ମଧ୍ୟ ଭାଜପା ଏକ ନମ୍ବର କିମ୍ବା ଦୁଇ ନମ୍ବର ଦଳ ହୋଇପାରେ।
ସେ ନ୍ୟୁଜ ଏଜେନ୍ସି ପିଟିଆଇକୁ କହିଛନ୍ତି, ସେମାନେ (ଭାଜପା) ତେଲଙ୍ଗାନାରେ ଏକ ନମ୍ବର କିମ୍ବା ଦୁଇ ନମ୍ବର ଦଳ ହେବ, ଯାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା। ସେମାନେ ନିଶ୍ଚିତ ଭାବରେ ଓଡ଼ିଶାରେ ମଧ୍ୟ ଏକ ବଡ ଦଳ ହେବେ। ମୋ ମତରେ ଏହାର ସମସ୍ତ ସମ୍ଭାବନା ଅଛି ଏଥିରୁ ସ୍ପଷ୍ଟ ହୋଇଛି ଯେ ପଶ୍ଚିମବଙ୍ଗରେ ଭାଜପା ସର୍ବାଧିକ ଆସନ ଜିତିବାକୁ ଯାଉଛି।
ଗୋଟିଏ ପଟେ ଓଡ଼ିଶା ଓ ପଶ୍ଚିମବଙ୍ଗ ଅଣ ଭାଜପା ଶାସିତ ରାଜ୍ୟ ହୋଇଥିବା ବେଳେ ଏଥର କିନ୍ତୁ ଏଠାରେ ବଡ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି। ଏମିତିରେ ବି ଏହି ଦୁଇ ରାଜ୍ୟରେ ଏବେ ପର୍ଯ୍ୟନ୍ତ ଟିକେଟ ବଣ୍ଟାକୁ ନେଇ ଭାଗ ଛିଡୁ ନ ଥିବା ବେଳେ ଭାଜପା ଏହାର ଫାଇଦା ଉଠାଇ ପାରେ ବୋଲି ବି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri