Posted inଜାତୀୟ

ପାଙ୍ଗଓଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣକୁ ଭାରତର ବିରୋଧ

ନୂଆଦିଲ୍ଲୀ,୬।୧: ଲଦାଖ ପୂର୍ବାଞ୍ଚଳରେ ପାଙ୍ଗଓଙ୍ଗ ହ୍ରଦ ଉପରେ ଚାଇନାର ପୋଲ ନିର୍ମାଣକୁ କଡ଼ା ବିରୋଧ କରିଛି ଭାରତ। ପୋଲ ନିର୍ମାଣ କରାଯାଉଥିବା ସ୍ଥାନକୁ ୬୦ ବର୍ଷ ହେଲା ଚାଇନା ବେଆଇନା ଭାବେ ନିଜ ଦଖଲ ରଖିଛି ବୋଲି ବର୍ହିବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ) ପକ୍ଷରୁ କୁହାଯାଇଛି।

“ପାଙ୍ଗଓଙ୍ଗ ହ୍ରଦର ଉଭୟ ପାର୍ଶ୍ୱରେ ଚାଇନାର ପୋଲ ନିର୍ମାଣ କାର୍ଯ୍ୟ ଉପରେ ଭାରତ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି। ପ୍ରାୟ ୬୦ ବର୍ଷ ହେଲା ଚାଇନା ଦଖଲରେ ଥିବା ବେଆଇନ ସ୍ଥାନରେ ଏହି ପୋଲ ନିର୍ମାଣ ହେଉଛି। ଭାରତ କଦାପି ଏଭଳି ବେଆଇନ ନିର୍ମାଣକୁ ସ୍ବୀକାର କରିବ ନାହିଁ। ଦେଶର ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି” ବୋଲି ବର୍ହିବ୍ୟାପାର ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି।

ଦେଶର ସୁରକ୍ଷା କେଉଁ ଭଳି ପଦକ୍ଷେପ ନିଆଯାଉଛି ପଚାରିବାରୁ ବାଗ୍‌ଚି କହିଛନ୍ତି, ସୁରକ୍ଷା ଲାଗି ବ୍ୟବହୃତ ପାଣ୍ଠିରେ ବୃଦ୍ଧି କରାଯାଇଛି। ବର୍ଦ୍ଧିତ ପାଣ୍ଠି ଦ୍ୱାରା ସୀମାରେ ଭିତ୍ତିଭୂମି (ରାସ୍ତା ଓ ପୋଲ) ନିର୍ମାଣ କରାଯାଉଛି, ଯାହାକି ଆମ ସଶସ୍ତ୍ର ବାହିନୀକୁ ଫାଇଦାରେ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri