ମହାପ୍ରଭୁ ଜଗନ୍ନାଥଙ୍କ ଅପମାନ: ଘର ଗୋଡ଼ ପୋଛାରେ ମହାପ୍ରଭୁଙ୍କ ମୁହଁ, ଭକ୍ତଙ୍କ ମନରେ ଆଘାତ

ପୁରୀ,୨୯।୭: ଚାଇନିଜ୍‌ ଇ-କମର୍ସ ପ୍ଲାଟଫର୍ମ ‘ଅଲି ଏକ୍ସପ୍ରେସ’ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ଥିବା ଗୋଡ଼ ପୋଛା ବିକ୍ରି ହେଉଥିବା ଘଟଣା ସାମ୍ନାକୁ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଲାଗିଛି। ଏହି ଅପମାନଜନକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ହିନ୍ଦୁ ସଂଗଠନ ଓ ଭକ୍ତମାନେ ତୀବ୍ର ପ୍ରତିବାଦ ଜଣାଇଛନ୍ତି।

ସୋସିଆଲ ମିଡିଆରେ ଜଗନ୍ନାଥପ୍ରେମୀମାନେ କହିଛନ୍ତି, “ମହାପ୍ରଭୁଙ୍କ ଛବିକୁ ଗୋଡ଼ ପୋଛାରେ ବ୍ୟବହାର କରି ଲକ୍ଷ ଲକ୍ଷ ଭକ୍ତଙ୍କ ଭାବନାକୁ ଆଘାତ କରାଯାଇଛି।” ଏହାକୁ ତୁରନ୍ତ ଅନଲାଇନ ପ୍ଲାଟଫର୍ମରୁ ହଟାଇବା ସହ ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ, ଓଡ଼ିଶା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଓ ଅଧିକାରୀମାନଙ୍କୁ ଅନୁରୋଧ କରାଯାଇଛି।

ଏହା ପୂର୍ବରୁ ମଧ୍ୟ ଅନୁରୂପ ଘଟଣାରେ ହିନ୍ଦୁ ଦେବଦେବୀଙ୍କ ଛବି ଅନୁଚିତ ଭାବେ ବ୍ୟବହାର ହୋଇଥିବା ଅଭିଯୋଗ ହୋଇଥିଲା। ଏକ୍ସରେ ଅନେକ ପୋଷ୍ଟରେ ଏହାକୁ “ଧାର୍ମିକ ଅସମ୍ମାନ” ଓ “ହିନ୍ଦୁ ବିରୋଧୀ କାର୍ଯ୍ୟ” ବୋଲି ବର୍ଣ୍ଣନା କରାଯାଇଛି। ଜଗନ୍ନାଥପ୍ରେମୀ ଓ ଧାର୍ମିକ ସଂଗଠନମାନେ ଅଲି ଏକ୍ସପ୍ରେସ ବିରୁଦ୍ଧରେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଓ ଓଡ଼ିଶା ସରକାରଙ୍କ ତରଫରୁ ଏ ନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଶା କରାଯାଉଛି। ଭକ୍ତମାନେ ଏହାକୁ ଗମ୍ଭୀର ଧାର୍ମିକ ଅପମାନ ବୋଲି ବିବେଚନା କରି ଏହାର ତୁରନ୍ତ ନିରାକରଣ ପାଇଁ ଦାବି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri