ଭାରତକୁ ଉସ୍‌କାଇବାକୁ ଚେଷ୍ଟା କରୁଛି ଚାଇନା

ବେଜିଂ,୨୪।୭: ଭାରତ-ଚାଇନା ସୀମାରେ ପୁଣି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ଚାଇନା ଯୁଦ୍ଧ ବିମାନ ପୂର୍ବ ଲଦାଖର ଲାଇନ ଅଫ ଆକ୍‌ଚୁଆଲ କଣ୍ଟ୍ରୋଲ(ଏଲ୍‌ଏସି) ନିକଟରେ ଉଡ଼ୁଛି। ୧୬ତମ କମାଣ୍ଡରସ୍ତରୀୟ କଥାବାର୍ତ୍ତା ପରେ ମଧ୍ୟ ଡ୍ରାଗନର ଏଭଳି କାର୍ଯ୍ୟ ସାମ୍ନାକୁ ଆସିଛି। ଗତ ତିନି-ଚାରି ସପ୍ତାହ ମଧ୍ୟରେ ଏହା ଅନେକ ଥର ଘଟିଛି। ସୀମାରେ ଭାରତୀୟ ସେନା ନିୟୋଜନ ଉପରେ ନଜର ରଖିବା ସେମାନଙ୍କର ଉଦ୍ଦେଶ୍ୟ ହୋଇପାରେ ବୋଲି କୁହାଯାଉଛି। ତେବେ ଭାରତୀୟ ବାୟୁସେନା ଏଲ୍‌ଏସି ଉପରେ ଚାଇନା ପ୍ରତ୍ୟେକ ପଦକ୍ଷେପ ଉପରେ ତୀକ୍ଷ୍ଣ ନଜର ରଖିଛି ଏବଂ ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ଅଛି।
ସୂଚନାନୁସାରେ, ଜେ-୧୧ ସମେତ ଅନେକ ଚାଇନା ଯୁଦ୍ଧ ବିମାନ ଏଲ୍‌ଏସି ନିକଟରେ ଉଡୁଛି। ଏହାର ଜବାବ ଦେବା ପାଇଁ ଭାରତୀୟ ବାୟୁସେନା ଦୃଢ ପଦକ୍ଷେପ ନେଇଛି ଏବଂ ମିଗ-୨୯ ଏବଂ ମିରାଜ ୨୦୦୦ ସମେତ ଏହାର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନକୁ ଫରୱାର୍ଡ ବେସରେ ନିୟୋଜିତ କରିଛି।
ନିକଟରେ ଚାଇନାର ପିପୁଲ୍ସ ଲିବରେସନ ଆର୍ମି (ପିଏଲ୍‌ଏ) ପ୍ୟାଙ୍ଗୋଙ୍ଗ ହ୍ରଦ ନିକଟରେ ସାମରିକ ଅଭ୍ୟାସ କରିଥିଲା। ଦୁଇ ଦେଶ ମଧ୍ୟରେ କମାଣ୍ଡରସ୍ତରୀୟ ଆଲୋଚନା ପରେ ଏଭଳି କାର୍ଯ୍ୟ ଚାଇନାର ଦୋମୁହାଁ ନୀତିକୁ ସ୍ପଷ୍ଟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri