ଆର୍ଥିକ ସହାୟତାର ଲୋଭ ଦେଖାଇଲେ ପାକିସ୍ତାନ ଗସ୍ତରେ ଥିବା ଚାଇନା ବିଦେଶ ମନ୍ତ୍ରୀ…

ବେଜିଂ/ଇସଲାମାବାଦ,୬।୫ : ଚାଇନାର ବୈଦେଶିକ ମନ୍ତ୍ରୀ ଚିନ ଗାଙ୍ଗଙ୍କ ଇସଲାମାବାଦ ଗସ୍ତ ପାକିସ୍ତାନରେ ବହୁତ ଆଶା ସୃଷ୍ଟି କରିଛି। ଏଠାରେ ପହଞ୍ଚିବା ପରେ ଚିନ କହିଛନ୍ତି ସେ ପାକିସ୍ତାନର ଆର୍ଥିକ ଅସୁବିଧା ବିଷୟରେ ଜାଣିଛନ୍ତି ଏବଂ ପାକିସ୍ତାନକୁ ସାହାଯ୍ୟ କରିବା ତାଙ୍କର ପ୍ରାଥମିକତା। ଭାରତରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗଦେବା ପରେ ଚିନ ପାକିସ୍ତାନରେ ପହଞ୍ଚିଥିଲେ। ଏହି ବୈଠକ ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ମଧ୍ୟ ଭାରତ ଆସିଥିଲେ।

ଗସ୍ତର କିଛି ସମୟ ପରେ ଚିନ ପାକିସ୍ତାନ ରାଷ୍ଟ୍ରପତି ଆରିଫ ଅଲଭିଙ୍କୁ ଭେଟିବାକୁ ଯାଇଥିଲେ। ଏହି ବୈଠକରେ ପାକିସ୍ତାନର ବୈଦେଶିକ ବ୍ୟାପାର ମନ୍ତ୍ରୀ ହିନା ରବାନି ଖାର, ଚାଇନାର ଉପ ବୈଦେଶିକ ମନ୍ତ୍ରୀ ସୁନ ୱିଡୋଙ୍ଗ ଏବଂ ଉଭୟ ଦେଶର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ପରେ ପାକିସ୍ତାନର ରାଷ୍ଟ୍ରପତି କାର୍ଯ୍ୟାଳୟ ଏକ ବିବୃତ୍ତି ଜାରି କରି କହିଛି, ଆଲୋଚନା ସମୟରେ ଉଭୟ ପକ୍ଷ ଆଞ୍ଚଳିକ ଶାନ୍ତି ଏବଂ ସମୃଦ୍ଧତା ତଥା ବାହ୍ୟ ଆହ୍ବାନର ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ବିଶ୍ଳେଷକଙ୍କ ଅନୁଯାୟୀ ପାକିସ୍ତାନ ଆଶା କରୁଛି, ଚିନ ତାଙ୍କ ଗସ୍ତ ସମୟରେ ପାକିସ୍ତାନକୁ ବିଶେଷ ଆର୍ଥିକ ସହାୟତା କରିବେ ବୋଲି ପ୍ରତିଶୃତି ଦେବେ। ଗତ କିଛି ମାସ ମଧ୍ୟରେ ଚାଇନେ ମଧ୍ୟ ପାକିସ୍ତାନକୁ ଆର୍ଥିକ ସହାୟତା ଦେଇଛି। ସମ୍ପ୍ରତି ୫୮ ବିଲିୟନ ଡଲାରର ପୁଞ୍ଜି ବିନିଯୋଗରେ ପାକିସ୍ତାନର ବାଲୁଚିସ୍ତାନର ଗୱାଦାର ପର୍ଯ୍ୟନ୍ତ ଏକ ରେଳ ଲାଇନ ନିର୍ମାଣ କରିବାକୁ ଯୋଜନାର ଘୋଷଣା କରିଛି। ଏହା ଅଧୀନରେ ଚାଇନା ପାକିସ୍ତାନରେ ଏକ ବଡ଼ ବିନିଯୋଗ କରିବ। ଏହା ଚାଇନା-ପାକିସ୍ଥାନ ଇକୋନୋମିକ କରିଡର (ସିପିଇସି) ପ୍ରକଳ୍ପ ଅଧୀନରେ ପାକିସ୍ତାନରେ ବ୍ୟାପକ ନିର୍ମାଣ କାର୍ଯ୍ୟ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri