ଜନ୍ମ ହାର ବୃଦ୍ଧି ପାଇଁ ଚାଇନା ସରକାରଙ୍କ ନୂତନ ପଦକ୍ଷେପ, ବିବାହ କଲେ ମିଳିବ ପୁରସ୍କାର

ବେଜିଂ,୨୯।୮: ଚାଇନାରେ ଜନସଂଖ୍ୟା ହ୍ରାସକୁ ନେଇ ଚିନ୍ତା ବଢୁଥିବା ବେଳେ ସରକାର ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୁବପିଡିଙ୍କୁ ବିବାହ କରିବାକୁ ନେଇ ପ୍ରୋତ୍ସାହିତ କରିବା ପାଇଁ ଚାଇନା ସରକାର ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ପ୍ରକୃତରେ, ପୂର୍ବ ଚାଇନାରେ ସରକାର ୨୫ ବର୍ଷ କିମ୍ବା ତା’ଠାରୁ କମ୍‌ ବୟସର ଦମ୍ପତିଙ୍କୁ ବିବାହ ପାଇଁ ୧୦୦ ୟୁଆନ (୧୩୭ ଡଲାର) ପ୍ରଦାନ କରିବେ।

ଚାଙ୍ଗଶନ ଜିଲାର ଅଫିସିଆଲ ଉଇଚାର୍ଟ ଆକାଉଣ୍ଟରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ଯେ, ସଠିକ୍‌ ବୟସରେ ବିବାହ ଏବଂ ସନ୍ତାନ ପ୍ରସବ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଛଅ ଦଶନ୍ଧି ମଧ୍ୟରେ ପ୍ରଥମ ଥର ପାଇଁ ହ୍ରାସ ପାଉଥିବା ଜନସଂଖ୍ୟା ଏବଂ ଦ୍ରୁତ ବୃଦ୍ଧାବସ୍ଥା ଜନସଂଖ୍ୟା ଚାଇନା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାର ସମାଧାନ ପାଇଁ ସରକାର ତୁରନ୍ତ ସମାଧାନର ବାଟ ଖୋଜିଛନ୍ତି।

ଚାଇନାରେ ବିବାହ ପାଇଁ ଆଇନଗତ ବୟସ ସୀମା ପୁରୁଷଙ୍କ ପାଇଁ ୨୨ ଏବଂ ମହିଳାଙ୍କ ପାଇଁ ୨୦, କିନ୍ତୁ ବିବାହ କରୁଥିବା ଦମ୍ପତିଙ୍କ ସଂଖ୍ୟା ହ୍ରାସ ପାଉଛି। ସରକାରୀ ନୀତି ଯୋଗୁ ଜନ୍ମ ହାର ମଧ୍ୟ ହ୍ରାସ ପାଇଛି। ଜୁନ ମାସରେ ପ୍ରକାଶିତ ସରକାରୀ ତଥ୍ୟ ଅନୁଯାୟୀ, ୨୦୨୨ରେ ବିବାହ ୬.୮ ନିୟୁତରେ ପହଞ୍ଚିଛି, ଯାହା ୧୯୮୬ ପରଠାରୁ ସର୍ବନିମ୍ନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri