Posted inଜାତୀୟ

ଉଗ୍ରବାଦୀଙ୍କ ହାତରେ ଚାଇନା ବନ୍ଧୁକ

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ବିଭିନ୍ନ ଉଗ୍ରବାଦୀ ସଂଗଠନଙ୍କୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗିଛି। ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ଚାଇନା ଏଭଳି ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଆଧାରରେ ସୀମାରେ ପାଟ୍ରୋଲିଂ ଏବଂ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଏକେ-୪୭, ଏମ୍‌-୧୬ ଏସ୍‌, ଚାଇନା ପିସ୍ତଲ ସମେତ ୪୨୩ ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଉଗ୍ରବାଦୀ ସଂଗଠନ ସଦସ୍ୟଙ୍କୁ ଚାଇନା ତାଲିମ ଦେବା ସହିତ ବହୁ ପରିମାଣରେ ଗୋଳାବାରୁଦ ଯୋଗାଇ ଦେଇ ଭାରତ ଏବଂ ମ୍ୟାନ୍‌ମାରରେ ଆଭ୍ୟନ୍ତରୀଣ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବାର ଯୋଜନା କରିଛି। ବାଲାଂଦେଶ ଏବଂ ଥାଇଲାଣ୍ଡରେ କିଛି ଏଜେଣ୍ଟଙ୍କ ସହଯୋଗରେ ଚାଇନା ଶସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଛି। ଚଳିତବର୍ଷ ଆରମ୍ଭ ସମୟରେ ଭାରତ ମ୍ୟାନ୍‌ମାର ସୀମାରେ ଥିବା ମୋନାଖାଲିଠାରେ ଚାଇନାରେ ନିର୍ମିତ ହୋଇଥିବା ୫୦୦ ଆସାଲ୍ଟ ରାଇଫଲ୍‌, ୩୦ ୟୁନିଭର୍ସାଲ ମେସିନ୍‌ ଗନ୍‌ ଏବଂ ୭୦ ହଜାର ଗୋଳାବାରୁଦ ଜବତ ହୋଇଥିବା । ଏସବୁ ଅସ୍ତ୍ରଶସ୍ତ୍ର ମ୍ୟାନ୍‌ମାରର ଉଗ୍ରବାଦୀ ସଂଗଠନଙ୍କ ପାଇଁ ଆସିଥିଲା। ଚାଇନାର ଏଭଳି କାର୍ଯ୍ୟ ଦ୍ୱାରା ମ୍ୟାନ୍‌ମାରରେ ଭାରତ ପକ୍ଷରୁ ଆରମ୍ଭ ହୋଇଥିବା ପ୍ରକଳ୍ପରେ ବାଧା ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri