୩୦ ବର୍ଷ ପରେ ତିବ୍ବତରେ ଚାଇନା ମୁଖ୍ୟ

ବେଜିଂ,୨୩ା୭: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ତିବ୍ବତକୁ ଆକସ୍ମିକ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ ତିବ୍ବତ ଯାତ୍ରା। ଏନେଇ ଚାଇନାର ସରକାରୀ ଚ୍ୟାନେଲ ସିସିଟିଭି ପକ୍ଷରୁ ଶୁକ୍ରବାର ଏକ ଭିଡିଓ ଜାରି କରାଯାଇଛି। ଜିନ୍‌ପିଙ୍ଗ୍‌ ସ୍ଥାନୀୟ ସମ୍ପ୍ରଦାୟ ପୋଷାକ ପରିଧାନ କରି ଅଭିବାଦନ ଜଣାଉଥିବା ଏଥିରେ ଦେଖିବାକୁ ମିଳିଛି।
ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ରାଜନୈତିକ ଦୃଷ୍ଟିରୁ ଚାଇନାର ସମ୍ବେଦନଶୀଳ ଅଞ୍ଚଳ ତିବ୍ବତକୁ ଜିନ୍‌ପିଙ୍ଗ୍‌ ଗସ୍ତ କରିଥିବା ସେଠାକାର ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ସେ ଅରୁଣାଚଳ ପ୍ରଦେଶ ସୀମା ସଂଲଗ୍ନ ଦକ୍ଷିଣ-ପୂର୍ବ ତିବ୍ବତର ନ୍ୟୁଙ୍ଗ୍‌ଚି ମେନ୍‌ଲିଙ୍ଗ୍‌ ବିମାନବନ୍ଦରରେ ବୁଧବାର ପହଞ୍ଚତ୍ଥିଲେ। କିନ୍ତୁ ଏନେଇ ଗତ ଦୁଇଦିନ ମଧ୍ୟରେ କୌଣସି ସୂଚନା ଦିଆଯାଇ ନ ଥିଲା। ୨୦୦୮ରୁ ତିବ୍ବତରେ ଚାଇନା ପକ୍ଷରୁ ବିପୁଳ ପୁଞ୍ଜିନିବେଶ କରାଯାଉଛି। ବିଶେଷକରି ଏହି ଅଞ୍ଚଳର ଆର୍ଥିକ ଅଭିବୃଦ୍ଧି ଉପରେ ବେଜିଂ ଗୁରୁତ୍ୱ ଦେଉଥିବା କୁହାଯାଉଛି।

ପ୍ରକାଶ ଯେ, ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପରେ ତିବ୍ବତକୁ ଏହା ଚାଇନାର କୌଣସି ଶୀର୍ଷ ନେତାଙ୍କ ପ୍ରଥମ ଗସ୍ତ। ଏହା ପୂର୍ବରୁ ଜିନ୍‌ପିଙ୍ଗ୍‌ ୧୯୯୮ରେ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଚାଇନା(ସିପିସି)ର ଫୁଜିଆନ୍‌ ପ୍ରଦେଶ ମୁଖ୍ୟ ଭାବେ ଏବଂ ୨୦୧୧ରେ ଉପାଧ୍ୟକ୍ଷ ଥିବାବେଳେ ତିବ୍ବତ ଗସ୍ତ କରିଥିଲେ। ୧୯୯୦ରେ ଜିଆଙ୍ଗ୍‌ ଜେମିନ୍‌ ରାଷ୍ଟ୍ରପତି ଥିବାବେଳେ ତିବ୍ବତ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri