ଜାପାନ ସୀମାରେ ମାଡ଼ ହେଲା ଚାଇନା କ୍ଷେପଣାସ୍ତ୍ର

ତାଇପେଇ.୪।୮: ଆମେରିକାର ପ୍ରତିନିଧି ସ୍ପିକର ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ଉତ୍ତ୍ୟକ୍ତ ହୋଇପଡିଛି। ଗୁରୁବାର ତାଇୱାନ ସୀମାର ବିଭିନ୍ନ ସ୍ଥାନରେ ଚାଇନା ସମରାଭ୍ୟାସ କରିବା ସହ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ତାଇୱାନର ଉତ୍ତର-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଦିଗରେ ଏହି କ୍ଷେପଣାସ୍ତ୍ର ମାଡ଼ ହୋଇଥିବା ଜଣାପଡିଛି। ଏହାକୁ ତାଇୱାନର ବର୍ହିବ୍ୟାପାର ମନ୍ତ୍ରଣାଳୟ ନିନ୍ଦା କରିବା ସହ ତାଇୱାନର ଜାତୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହୋଇଥିବା ପ୍ରକାଶ କରିଛି। ପ୍ରାୟ ୨ ଘଣ୍ଟା ମଧ୍ୟରେ ଚାଇନା ୧୧ଟି କ୍ଷେପଣାସ୍ତ୍ର ମାଡ଼ କରିଥିବା ତାଇଓ୍ବାନ ପକ୍ଷରୁ କୁହାଯାଇଛି। ଏପରି କି ଚାଇନା ପକ୍ଷରୁ ମାଡ଼ କରାଯାଇଥିବା କେତେକ କ୍ଷେପଣାସ୍ତ୍ର ଜାପାନର ଦକ୍ଷିଣପ୍ରାନ୍ତରେ ଥିବା ଏକ ସ୍ବତନ୍ତ୍ର ଜୋନରେ ମାଡ଼ ହୋଇଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ନୋବୁ କିଶି କହିଛନ୍ତି। ଏହାକୁ ନେଇ ଜାପାନ କୂଟନୀତିକସ୍ତରରେ ଚାଇନା ସହ ଯୋଗାଯୋଗ କରିଛି।

ଅନ୍ୟପକ୍ଷେ ଚାଇନା ନିଜର ପ୍ରତିକ୍ରିୟା ରଖିଛି। ଗୁରୁବାର ସାମରିକ ଅଭ୍ୟାସର ଅଂଶ ଭାବେ ତାଇୱାନର ତଟବର୍ତ୍ତି ଅଞ୍ଚଳରେ ବାଲାଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି। ଚାଇନାର ଇଷ୍ଟର୍ନ ଥିଏଟର କମାଣ୍ଡ ନିୟୋଜିତ ସାମରିକ ଅଭ୍ୟାସ ଭାବେ ତାଇୱାନର ପୂର୍ବ ଉପକୂଳବର୍ତ୍ତୀ ସମୁଦ୍ରରେ ପାରମ୍ପରିକ କ୍ଷେପଣାସ୍ତ୍ର ପ୍ରୟୋଗ କରିଛି। ଫାୟାରିଂ ଅଭ୍ୟାସ ଶେଷ ହେବା ପରେ ସମ୍ପୃକ୍ତ ସାମୁଦ୍ରିକ ତଥା ବାୟୁସେନା ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର କରି ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri