ଜାପାନ ସୀମାରେ ମାଡ଼ ହେଲା ଚାଇନା କ୍ଷେପଣାସ୍ତ୍ର

ତାଇପେଇ.୪।୮: ଆମେରିକାର ପ୍ରତିନିଧି ସ୍ପିକର ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ଉତ୍ତ୍ୟକ୍ତ ହୋଇପଡିଛି। ଗୁରୁବାର ତାଇୱାନ ସୀମାର ବିଭିନ୍ନ ସ୍ଥାନରେ ଚାଇନା ସମରାଭ୍ୟାସ କରିବା ସହ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ତାଇୱାନର ଉତ୍ତର-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଦିଗରେ ଏହି କ୍ଷେପଣାସ୍ତ୍ର ମାଡ଼ ହୋଇଥିବା ଜଣାପଡିଛି। ଏହାକୁ ତାଇୱାନର ବର୍ହିବ୍ୟାପାର ମନ୍ତ୍ରଣାଳୟ ନିନ୍ଦା କରିବା ସହ ତାଇୱାନର ଜାତୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହୋଇଥିବା ପ୍ରକାଶ କରିଛି। ପ୍ରାୟ ୨ ଘଣ୍ଟା ମଧ୍ୟରେ ଚାଇନା ୧୧ଟି କ୍ଷେପଣାସ୍ତ୍ର ମାଡ଼ କରିଥିବା ତାଇଓ୍ବାନ ପକ୍ଷରୁ କୁହାଯାଇଛି। ଏପରି କି ଚାଇନା ପକ୍ଷରୁ ମାଡ଼ କରାଯାଇଥିବା କେତେକ କ୍ଷେପଣାସ୍ତ୍ର ଜାପାନର ଦକ୍ଷିଣପ୍ରାନ୍ତରେ ଥିବା ଏକ ସ୍ବତନ୍ତ୍ର ଜୋନରେ ମାଡ଼ ହୋଇଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ନୋବୁ କିଶି କହିଛନ୍ତି। ଏହାକୁ ନେଇ ଜାପାନ କୂଟନୀତିକସ୍ତରରେ ଚାଇନା ସହ ଯୋଗାଯୋଗ କରିଛି।

ଅନ୍ୟପକ୍ଷେ ଚାଇନା ନିଜର ପ୍ରତିକ୍ରିୟା ରଖିଛି। ଗୁରୁବାର ସାମରିକ ଅଭ୍ୟାସର ଅଂଶ ଭାବେ ତାଇୱାନର ତଟବର୍ତ୍ତି ଅଞ୍ଚଳରେ ବାଲାଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି। ଚାଇନାର ଇଷ୍ଟର୍ନ ଥିଏଟର କମାଣ୍ଡ ନିୟୋଜିତ ସାମରିକ ଅଭ୍ୟାସ ଭାବେ ତାଇୱାନର ପୂର୍ବ ଉପକୂଳବର୍ତ୍ତୀ ସମୁଦ୍ରରେ ପାରମ୍ପରିକ କ୍ଷେପଣାସ୍ତ୍ର ପ୍ରୟୋଗ କରିଛି। ଫାୟାରିଂ ଅଭ୍ୟାସ ଶେଷ ହେବା ପରେ ସମ୍ପୃକ୍ତ ସାମୁଦ୍ରିକ ତଥା ବାୟୁସେନା ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର କରି ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri