Posted inଜାତୀୟ

ଆତଙ୍କବାଦୀଙ୍କ ପାଖରେ ଚାଇନା ପିସ୍ତଲ…

ଶ୍ରୀନଗର, ୨୭।୬ : ଜମ୍ମୁ-କଶ୍ମୀର ପୋଲିସ ଏବଂ ସୁରକ୍ଷାକର୍ମୀ ମିଳିତ ଅପରେଶନରେ ଜଣେ ଆତଙ୍କବାଦୀ ଗିରଫ ହୋଇଛନ୍ତିି। ଗିରଫ ଆତଙ୍କବାଦୀ କୋଟି ଡୋଡା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି। ଡୋଡ଼ାଠାରେ ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନିକଟରୁ ଚାଇନା ପିସ୍ତଲ, ଦୁଇଟି ମାଗାଜିନ, ୧୪ ଜୀବନ୍ତ କାର୍ଟ୍ରିଜ ମଧ୍ୟ ଜବତ କରାଯାଇଛି। ଆତଙ୍କବାଦୀଙ୍କ ନିକଟରୁ ଏକ ମୋବାଇଲ ଫୋନ ମଧ୍ୟ ଜବତ କରାଯାଇଛି। ଏହି ମାମଲା ନେଇ ଅଧିକ ତଦନ୍ତ ଚାଲିଥିବା ପୋଲିସ କହିଛି।

ଏହାପୂର୍ବରୁ ଜମ୍ମୁ-କଶ୍ମୀରର ପୁଲୱାମାରେ ହୋଇଥିବା ଏକ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଜୁନ ୨୧ ରେ ହୋଇଥିବା ଏନକାଉଣ୍ଟରରେ ନିହତ ହୋଇଥିବା ଜଣେ ଆତଙ୍କବାଦୀ ଜଣେ ସବ-ଇନ୍ସପେକ୍ଟରଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ଏହି ଏନକାଉଣ୍ଟର ସମ୍ପର୍କରେ ଏସଏସପି ଜେଲାନି ୱାନି କହିଛନ୍ତି ଯେ ଜମ୍ମୁ-କଶ୍ମୀର ପୋଲିସର ସବ ଇନ୍ସପେକ୍ଟର ଫାରୁକ ଅହମ୍ମଦ ମୀରଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ମାଜିଦ ପାମ୍ପୋର ଅଞ୍ଚଳର ବାସିନ୍ଦା।

ଏନକାଉଣ୍ଟର ପରେ ମିଳିଥିବା ସଫଳତା ବିଷୟରେ ଏସଏସପି ଜେଲାନି ୱାନି କହିଛନ୍ତି ଯେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ସଦସ୍ୟ ମାଜିଦଙ୍କୁ ସୁରକ୍ଷା ବାହିନୀ ଏନକାଉଣ୍ଟର କରିଛନ୍ତି। ଜୁନ ୧୮ ରେ ସବ-ଇନ୍ସପେକ୍ଟରଙ୍କୁ ହତ୍ୟା କରାଯାଇଥିଲା। କ୍ଷତବିକ୍ଷତ ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?