ତାଇଓ୍ବାନ ସାମୁଦ୍ରିକ ସୀମା ନିକଟରେ ପୁଣି ଚାଇନାର ସମରାଭ୍ୟାସ…

ବେଜିଂ,୯।୧ : ତାଇୱାନକୁ ନେଇ ଚାଇନାର ଉଦ୍ଦେଶ୍ୟ ପୂର୍ବ ପରି ରହିଛି ତାଇୱାନର ଆଖପାଖ ଅଞ୍ଚଳରେ ଚାଇନ ସେନା ପୁଣି ଥରେ ସମରାଭ୍ୟାସ ରବିବାର କରିଛି। ୩୦ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଚାଇନାର ବାୟୁସେନା ଏବଂ ନୌସେନା ପୁଣି ଏଭଳି ଉତ୍ତେଜନା ମୂଳକ ସ୍ଥିତି ସୃଷ୍ଟି କରିଛନ୍ତି।

ଚାଇନା ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ) ରବିବାର ଏକ ବିବୃତ୍ତି ଜାରି କରି କହିଛି ଯେ ଏହାର ଇଷ୍ଟର୍ଣ୍ଣ ଥିଏଟର କମାଣ୍ଡ ତାଇୱାନ ଗଲ୍ଫରେ ମିଳିତ ସମରାଭ୍ୟାସ କରିଛି। ଏଥିରେ ଯୁଦ୍ଧ ପ୍ରସ୍ତୁତି, ପାଟ୍ରୋଲିଂ ଏବଂ ପ୍ରକୃତ ଯୁଦ୍ଧ ଅଭ୍ୟାସ କରାଯାଇଥିଲା। ଏହି ସମରାଭ୍ୟାସ ବାୟୁ ଏବଂ ସମୁଦ୍ରିକ ଅଞ୍ଚଳରେ କରାଯାଇଥିଲା।

ତାଇୱାନର ସ୍ବାଧୀନତାକୁ ସମର୍ଥନ କରୁଥିବା ବାହ୍ୟ ଶକ୍ତି ଏବଂ ବାହିନୀର ଉତ୍ତେଜନାମୂଳକ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରତିହତ କରିବା ପାଇଁ ଏହି ସମରାଭ୍ୟାସ ଦେଶର ସାମରିକ ମିଳିତ ଦକ୍ଷତା ଏବଂ ପ୍ରସ୍ତୁତିକୁ ପରୀକ୍ଷା କରିବା ପାଇଁ ଉଦ୍ଦିଷ୍ଟ ବୋଲି ପିଏଲଏ କହିଛି।
ଗତ ମାସ ଶେଷରେ ଚାଇନା ମଧ୍ୟ ସମାନ ସମରାଭ୍ୟାସ କରିଥିଲା। ତାଇୱାନ କହିଛି ଯେ ୪୩ ଟି ଚାଇନାର ବିମାନ ତାଇୱାନ ଗଲ୍ଫର ସେଣ୍ଟ୍ରାଲ ଲାଇନ ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri