SCO ସମ୍ମିଳନୀରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଘୋର ଅପମାନ: ମୁହଁ ମୋଡ଼ି ଚାଲିଗଲେ…Video

ବେଜିଂ,୧।୯: ଚାଇନାରେ ଅନୁଷ୍ଠିତ ସାଙ୍ଘାଇ କୋଅପରେସନ ଅର୍ଗାନାଇଜେଶନ (ଏସ୍‌ସିଓ) ସମ୍ମିଳନୀରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରୀଫଙ୍କୁ ଅପମାନର ସାମ୍ନା କରିବାକୁ ପଡ଼ିଛି। ସମ୍ମିଳନୀରେ ଭାଗ ନେବା ପାଇଁ ଚାଇନା ଆସିଥିବା ଶରିଫ ଫଟୋ ସେସନ ପରେ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅଭିବାଦନ କରିବାକୁ ଆଗେଇ ଯାଇଥିଲେ। କିନ୍ତୁ ଏହି ସମୟରେ ସି ଜିନପିଙ୍ଗ ଶରିଫଙ୍କୁ ଅଣଦେଖା କରି ଆଗକୁ ଚାଲିଯାଇଥିଲେ।

ଏକ ଭାଇରାଲ ଭିଡିଓରେ ଦେଖାଯାଉଛି ଯେ, ପୁଟିନ ଓ ଜିନପିଙ୍ଗ କଥାବାର୍ତ୍ତା କରୁଥିବା ବେଳେ ଅନେକ ବିଶ୍ୱ ନେତା ସେମାନଙ୍କୁ ଭେଟୁଛନ୍ତି। ଏହି ସମୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶରିଫ ମଧ୍ୟ ଅଭିବାଦନ କରିବାକୁ ଆଗେଇ ଆସିଥିଲେ, କିନ୍ତୁ ଜିନପିଙ୍ଗ ତାଙ୍କୁ ଉପେକ୍ଷା କରି ଆଗକୁ ଚାଲିଯାଇଥିଲେ। ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି ଏବଂ ଏହାକୁ ନେଇ ବିଭିନ୍ନ ପ୍ରତିକ୍ରିୟା ସାମ୍ନାକୁ ଆସୁଛି।

ଉଲ୍ଲେଖଯୋଗ୍ୟ ଯେ, ଶେହବାଜ ଶରୀଫ ଏସସିଓ ସମ୍ମିଳନୀରେ ଭାଗ ନେବା ପାଇଁ ଚାଇନାରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଅନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଚାଇନା ଓ ପାକିସ୍ତାନ ମଧ୍ୟରେ ଗଭୀର ବନ୍ଧୁତା ରହିଆସିଛି, କିନ୍ତୁ ଚାଇନା ରାଷ୍ଟ୍ରପତିଙ୍କ ଦ୍ୱାରା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଅଣଦେଖା କରାଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri