ହମ୍ବନଟୋଟାରେ ଚାଇନା ଜାହାଜ

କଲମ୍ବୋ, ୧୭ା୮: ଭାରତ ପକ୍ଷରୁ ବାରମ୍ବାର ତାଗିଦ୍‌ ଏବଂ ବିରୋଧ ସତ୍ତ୍ୱେ ଶ୍ରୀଲଙ୍କାର ହମ୍ବନଟୋଟା ବନ୍ଦରରେ ଚାଇନା ମିଲିଟାରୀ ସର୍ଭେ ଜାହାଜ ୟୁଆନ୍‌ ଓ୍ବାଙ୍ଗ୍‌-୫ ମଙ୍ଗଳବାର ମୁତୟନ ହୋଇଛି। ପୂର୍ବରୁ ନୂଆଦିଲ୍ଲୀ ପକ୍ଷରୁ ଚାପ ପକାଯିବା ପରେ ଶ୍ରୀଲଙ୍କା ଏହି ଜାହାଜ ହମ୍ବନଟୋଟା ବଦଳରେ ଅନ୍ୟ କେଉଁଠି ମୁତୟନ କରିବା ପାଇଁ ଚାଇନାକୁ କହିଥିଲା। କିନ୍ତୁ ଏହାର କିଛିଦିନ ପରେ ବେଜିଂ ନିଜ ଗୋଇନ୍ଦା ଜାହାଜକୁ ଶ୍ରୀଲଙ୍କାରେ ନିୟୋଜିତ କରିଛି। ମହାକାଶୀୟ ବସ୍ତୁ ତଥା ସାଟେଲାଇଟ୍‌କୁ ଟ୍ରାକ୍‌ କରିବା ଉଦ୍ଦେଶ୍ୟରେ ଚାଇନା ଏହି ହାଇ-ଟେକ୍‌ ଜାହାଜକୁ ସେଠାରେ ନିୟୋଜିତ କରିଥିବା କହୁଥିଲେ ହେଁ ବାସ୍ତବରେ ବେଜିଂ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଉକ୍ତ ବନ୍ଦରକୁ କବ୍‌ଜା କରିବା ଉଦ୍ଦେଶ୍ୟ ରଖିଥିବା କୁହାଯାଉଛି। ଏସିଆ-ୟୁରୋପର ପ୍ରମୁଖ ପରିବହନ ପଥ ନିକଟରେ ଚାଇନା ନିଜର ସାମରିକ ଘାଟି ନିର୍ମାଣ କରିପାରେ ବୋଲି ବିଶେଷଜ୍ଞମାନେ ମତ ରଖିଛନ୍ତି।
ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଉଭୟ ଭାରତ ଓ ଚାଇନା ପଟୁ ସହାୟତା ଚାହୁଁଛି। ପ୍ରଥମେ ଶ୍ରୀଲଙ୍କା ଅଗଷ୍ଟ ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଉକ୍ତ ଜାହାଜକୁ ମୁତୟନ ନିମନ୍ତେ ଅନୁମତି ଦେଇଥିଲା। ଭାରତ ବିରୋଧ କରିବା ପରେ ଶ୍ରୀଲଙ୍କା ତାହାକୁ ସ୍ଥଗିତ ରଖିଥିଲା। ଏବେ ତାହା ୨୨ ତାରିଖ ପର୍ଯ୍ୟନ୍ତ ହମ୍ବନଟୋଟାରେ ରହିବ ବୋଲି ଜଣାପଡ଼ିଛି। ଏହି ଜାହାଜ ଦ୍ୱାରା ଅନ୍ୟ କୌଣସି ଦେଶର କ୍ଷତିସାଧନ ହେବ ନାହିଁ ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଓ୍ବାଙ୍ଗ୍‌ ଓ୍ବେନ୍‌ବିନ୍‌ କହିଛନ୍ତି। ପିପୁଲ୍ସ ଲିବରେଶନ ଆର୍ମି(ପିଏଲ୍‌ଏ)ର ଏହା ଏକ ରଣନୈତିକ ଚାଲ୍‌ ବୋଲି ପେଣ୍ଟାଗନ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?