Posted inଜାତୀୟ

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା ସୈନ୍ୟ ଓ ନାଗରିକମାନେ ୫ଟି ଗାଡ଼ିରେ ଆସି ଏହାକୁ ବିରୋଧ କରିଥିଲେ। ଉକ୍ତ ଗାଡ଼ିରେ ଚାଇନା ପତାକା ଓ ଦଲାଇଲାମା ବିରୋଧୀ ବ୍ୟାନର ଲାଗିଥିଲା। ଏହି ଘଟଣା ଜୁଲାଇ ୬ ତାରିଖରେ ଘଟିଛି।
ଦଲାଇଲାମାଙ୍କ ୮୬ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ମହାମାରୀ ସଙ୍କଟ ଟଳିବା ପରେ ଦଲାଇଲାମା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ଆଶା କରାଯାଉଛି ବୋଲି ତିବ୍ବତର ନିର୍ବାସିତ ସରକାରର ରାଷ୍ଟ୍ରପତି ପେନ୍‌ପା ସେରିଙ୍ଗ ସୂଚନା ଦେଇଥିଲେ। ତିବ୍ବତ ସମ୍ପର୍କରେ ମୋଦିଙ୍କ ଟୁଇଟ୍‌ ବେଜିଂ ପାଇଁ ଶକ୍ତ ବାର୍ତ୍ତା ଥିଲା। ସେହିପରି ନିକଟରେ ଚାଇନା କମ୍ୟୁନିଷ୍ଟ ପାର୍ଟି ଶତବାର୍ଷିକୀ ପାଳନ କରିଥିବାବେଳେ ଭାରତ ସରକାର ବେଜିଂକୁ ଶୁଭେଚ୍ଛା ଜଣାଇ ନ ଥିଲେ।
ସୂଚନାଯୋଗ୍ୟ, ଗତବର୍ଷ ଏପ୍ରିଲ୍‌-ମେ’ରୁ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଛି। ବହୁ ପର୍ଯ୍ୟାୟ ଆଲୋଚନା ପରେ ଉଭୟ ପକ୍ଷ କେତେକ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର କରିନେଇଛନ୍ତି। ତଥାପି ହଟ୍‌ ସ୍ପ୍ରିଙ୍ଗ୍‌ସ- ଗୋଗ୍ରା ହାଇଟ୍ସ ଆଦି ଫ୍ରିକ୍ସନ ପଏଣ୍ଟଗୁଡ଼ିକରେ ଉତ୍ତେଜନା ହ୍ରାସ ଲାଗି ଏପର୍ଯ୍ୟନ୍ତ ସମାଧାନ ସୂତ୍ର ବାହାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri