ବୁଲେଟ ପ୍ରୁଫ୍‌ କାରରେ ବୁଲିବେ ଚାଇନା ଶ୍ରମିକ…

ଇସଲାମାବାଦା,୬।୧୧ : ପାକିସ୍ତାନରେ ଚାଲିଥିବା ସିପିଇସି ପ୍ରକଳ୍ପ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। କୁହାଯାଉଛି ଯେ ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ସମସ୍ତ ଚାଇନା ଶ୍ରମିକ ଏବଂ କର୍ମଚାରୀଙ୍କୁ ବୁଲେଟ ପ୍ରୁଫ କାର୍‌ ଯୋଗାଇ ଦେବାକୁ ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସମସ୍ତ ଶ୍ରମିକମାନେ ବର୍ତ୍ତମାନ ବାହ୍ୟ କାର୍ଯ୍ୟକଳାପ ପାଇଁ ବୁଲେଟ ପ୍ରୁଫ ଯାନ ବ୍ୟବହାର କରିପାରିବେ।

ସିପିଇସି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଚାଇନାର ଶ୍ରମିକମାନେ ଆତଙ୍କବାଦୀ ଆକ୍ରମଣର ସମ୍ମୁଖୀନ ହୋଇଥିଲେ। ଏହି କାରଣରୁ ଚାଇନା ସରକାର ଚିନ୍ତା ପ୍ରକଟ କରି ପାକିସ୍ତାନ ସରକାରଙ୍କୁ ସେମାନଙ୍କ ସୁରକ୍ଷା ପାଇଁ କହିଥିଲେ। ଚାଇନାର ଅନୁରୋଧ ପରେ ପାକିସ୍ତାନ ସରକାର ସମସ୍ତ ଚାଇନା କର୍ମଚାରୀଙ୍କୁ ବୁଲେଟ ପ୍ରୁଫ କାର୍‌ ଦେବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୧୩ ରେ ପାକିସ୍ତାନର ଖାଇବର ପସ୍ତୁନଖ୍ବା ପ୍ରଦେଶରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ଘଟି ୧୩ ଜଣ ଚାଇନା କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏହି ସମସ୍ତ ଶ୍ରମିକ ୪୩୨୦ ମେଗାୱାଟ ଦାସୁ ଜଳ ବିଦ୍ୟୁତ ପ୍ରକଳ୍ପରେ କାମ କରିବାକୁ ଯାଉଥିଲେ। କିନ୍ତୁ ପରେ ଆତଙ୍କବାଦୀମାନେ ସେମାନଙ୍କ ବସକୁ ଟାର୍ଗେଟ କରି ବିସ୍ଫୋରଣ କରିଥିଲେ। ଏହି ଆକ୍ରମଣ ପରେ ଜଳ ବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ତେବେ, ୨୬ ଅକ୍ଟୋବରରେ, କାର୍ଯ୍ୟ ପୁଣି ଥରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri