ବୁଲେଟ ପ୍ରୁଫ୍‌ କାରରେ ବୁଲିବେ ଚାଇନା ଶ୍ରମିକ…

ଇସଲାମାବାଦା,୬।୧୧ : ପାକିସ୍ତାନରେ ଚାଲିଥିବା ସିପିଇସି ପ୍ରକଳ୍ପ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। କୁହାଯାଉଛି ଯେ ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ସମସ୍ତ ଚାଇନା ଶ୍ରମିକ ଏବଂ କର୍ମଚାରୀଙ୍କୁ ବୁଲେଟ ପ୍ରୁଫ କାର୍‌ ଯୋଗାଇ ଦେବାକୁ ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସମସ୍ତ ଶ୍ରମିକମାନେ ବର୍ତ୍ତମାନ ବାହ୍ୟ କାର୍ଯ୍ୟକଳାପ ପାଇଁ ବୁଲେଟ ପ୍ରୁଫ ଯାନ ବ୍ୟବହାର କରିପାରିବେ।

ସିପିଇସି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଚାଇନାର ଶ୍ରମିକମାନେ ଆତଙ୍କବାଦୀ ଆକ୍ରମଣର ସମ୍ମୁଖୀନ ହୋଇଥିଲେ। ଏହି କାରଣରୁ ଚାଇନା ସରକାର ଚିନ୍ତା ପ୍ରକଟ କରି ପାକିସ୍ତାନ ସରକାରଙ୍କୁ ସେମାନଙ୍କ ସୁରକ୍ଷା ପାଇଁ କହିଥିଲେ। ଚାଇନାର ଅନୁରୋଧ ପରେ ପାକିସ୍ତାନ ସରକାର ସମସ୍ତ ଚାଇନା କର୍ମଚାରୀଙ୍କୁ ବୁଲେଟ ପ୍ରୁଫ କାର୍‌ ଦେବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୧୩ ରେ ପାକିସ୍ତାନର ଖାଇବର ପସ୍ତୁନଖ୍ବା ପ୍ରଦେଶରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ଘଟି ୧୩ ଜଣ ଚାଇନା କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏହି ସମସ୍ତ ଶ୍ରମିକ ୪୩୨୦ ମେଗାୱାଟ ଦାସୁ ଜଳ ବିଦ୍ୟୁତ ପ୍ରକଳ୍ପରେ କାମ କରିବାକୁ ଯାଉଥିଲେ। କିନ୍ତୁ ପରେ ଆତଙ୍କବାଦୀମାନେ ସେମାନଙ୍କ ବସକୁ ଟାର୍ଗେଟ କରି ବିସ୍ଫୋରଣ କରିଥିଲେ। ଏହି ଆକ୍ରମଣ ପରେ ଜଳ ବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ତେବେ, ୨୬ ଅକ୍ଟୋବରରେ, କାର୍ଯ୍ୟ ପୁଣି ଥରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?