ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍ (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛନ୍ତି। ସେ ମୋଟ ୭୨୦ ନମ୍ବରରୁ ୬୩୫ ନମ୍ବର ହାସଲ କରି ସର୍ବଭାରତୀୟ ସ୍ତରରେ ୨୮୭୨ ରାଙ୍କ୍ ରଖିଛନ୍ତି।

ଚିନ୍ମୟନନ୍ଦଙ୍କ ପିତା ବିଭୂତି ଭୂଷଣ ମିଶ୍ର ଜଣେ ଶିକ୍ଷକ ଏବଂ ମାତା ମୟୁକ୍ଷୀ ମିଶ୍ର ଜଣେ ଗୃହିଣୀ ଅଟନ୍ତି। ନିଜର ଦ୍ୱିତୀୟ ପ୍ରୟାସରେ ଏହି ବଡ଼ ସଫଳତା ପାଇବା ପାଇଁ ସେ ପ୍ରତିଦିନ ନିୟମିତ ଭାବେ ୭ରୁ ୮ ଘଣ୍ଟା ପଢ଼ାପଢ଼ି କରିବା ସହ ଅଦମ୍ୟ ପରିଶ୍ରମ କରିଥିଲେ। ଦୃଢ଼ ମନୋବଳ, ଅଧ୍ୟବସାୟ ଏବଂ ଏକାଗ୍ରତା ହିଁ ସଫଳତାର ମୂଳମନ୍ତ୍ର ବୋଲି ସେ ମତ ପ୍ରକାଶ କରିଛନ୍ତି। ସେ ତାଙ୍କର ଏହି କୃତିତ୍ୱ ପାଇଁ ନିଜ ମାତା-ପିତା, ଅଜା, ପରିବାର ସଦସ୍ୟ, ଶିକ୍ଷକ ଏବଂ ସାଙ୍ଗସାଥୀଙ୍କ ନିରନ୍ତର ପ୍ରେରଣା ଓ ସହଯୋଗକୁ ଶ୍ରେୟ ଦେଇଛନ୍ତି।

ଚିନ୍ମୟନନ୍ଦଙ୍କ ଶିକ୍ଷାଗତ ଯାତ୍ରା ଅତ୍ୟନ୍ତ ପ୍ରେରଣାଦାୟକ। ସେ ସୋନପୁରସ୍ଥିତ ଏକ ଘରୋଇ ବିଦ୍ୟାଳୟରୁ ପ୍ରାଥମିକ ଶିକ୍ଷା ସମାପ୍ତ କରିଥିଲେ। ଏହାପରେ ମାଟ୍ରିକ ପରୀକ୍ଷାରେ ୯୨.୬ ପ୍ରତିଶତ ନମ୍ବର ରଖି ଉତ୍ତୀର୍ଣ୍ଣ ହେବା ସହ ପରବର୍ତ୍ତୀ ସମୟରେ ବରଗଡ଼ର ଏକ ଘରୋଇ କଲେଜରୁ ଯୁକ୍ତ ଦୁଇ ବିଜ୍ଞାନରେ ୯୧.୪ ପ୍ରତିଶତ ନମ୍ବର ସହ କୃତକାର୍ଯ୍ୟ ହୋଇଥିଲେ।

ତାଙ୍କର ଏହି ସଫଳତାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ବିଭିନ୍ନ ସାମାଜିକ ସଂଗଠନ, ଶିକ୍ଷାନୁଷ୍ଠାନ ଓ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri