ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ

ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍‌ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ ପୋଲିସ ସୂଚନା ଦେଇଛି। ଏସ୍‌ପି ବାତୁଳା ଗଙ୍ଗାଧର କହିଛନ୍ତି, ଚିନ୍ମୟୀ ମୃତ୍ୟୁ ପୂର୍ବରୁ ନିଶାଦ୍ରବ୍ୟ ସେବନ କରିଥିଲେ। ଭିସେରା ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ତେବେ କୌଣସି ବିଷକ୍ରିୟା ହୋଇନାହିଁ। ପୂର୍ବରୁ ସେ ନିକଟସ୍ଥ ଏକ ହୋଟେଲରେ ନିଶା କରୁଥିବା ଭିଡିଓ ପୋଲିସର ହସ୍ତଗତ ହୋଇଥିଲା। ଏବେ ତାହା ସ୍ପଷ୍ଟ ହୋଇଛି। ହେଲେ ଚିନ୍ମୟୀ କିଭଳି ବୁର୍ଲା ଥାନା ପିସି ବ୍ରିଜ୍‌କୁ ଗଲେ। ପାଣିକୁ କିଏ ଠେଲିଦେଇଥିଲେ ନା ନିଜେ ପଡିଗଲେ, ଯଦି ସେ ଆତ୍ମହତ୍ୟା କରିଛନ୍ତି ତା’ହେଲେ ଏହାର କାରଣ ଓ ଏହା ପଛରେ କାହାର ହାତ ରହିଛି ସେ ନେଇ ତଦନ୍ତ କରାଯାଉଛି ବୋଲି ଏସ୍‌ପି ଗଙ୍ଗାଧର କହିଥିଲେ ା ଅନ୍ୟପଟେ ଏହି ଘଟଣା ଏବେ ମଧ୍ୟ ରହସ୍ୟଘେରରେ ରହିଛି। ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତ୍ୟୁ ଘଟିଥିବା ପୂର୍ବରୁ ଜଣାପଡୁଥିଲା। ଏ ନେଇ ପରିବାର କିମ୍ବା ସାଧାରଣ ଲୋକଙ୍କ ମନରେ ସନ୍ଦେହ ନ ଥିଲା। ହେଲେ ଯୋଜନାବଦ୍ଧ ଭାବେ ଚିନ୍ମୟୀଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ। ଅନ୍ୟପଟେ ପୁରୁଷବନ୍ଧୁ ପ୍ରୀତିମାନ ଦେ’ଙ୍କ ସହ ଚିନ୍ମୟୀ ବ୍ରିଜ୍‌କୁ ଆସିଥିଲେ ବୋଲି ପୋଲିସ କହିଛି। ପ୍ରୀତିମାନ ଏକମାତ୍ର ପ୍ରତ୍ୟକ୍ଷଦର୍ଶୀ ହୋଇଥିଲେ ମଧ୍ୟ ସେ ରାଜ୍ୟ ଗୃହ ବିଭାଗ ଯୁଗ୍ମସଚିବ ପ୍ରଣବ କୁମାର ଦେଙ୍କ ପୁଅ ହୋଇଥିବାରୁ ପୋଲିସ ଅନୁକମ୍ପା ଦେଖାଉଥିବା ଅଭିଯୋଗ ହୋଇଥିଲା। ଘଟଣା ଦିନ ପ୍ରୀତିମାନ ସହ ଚିନ୍ମୟୀ ଢାବାରେ ଖାଇବା ସହ ଏକାଠି ବୁଲାବୁଲି କରି ରାତିରେ ପିସି ବ୍ରିଜ୍‌କୁ ଆସିଥିଲେ। ଏତେ କମ୍‌ ସମୟରେ ଉଭୟଙ୍କ ମଧ୍ୟରେ ଏଭଳି କ’ଣ ଘଟିଥିଲା ଯେ, ବାଇକ୍‌ରେ ଆସିବା ମାତ୍ରେ ବ୍ରିଜ ଉପରୁ ଚିନ୍ମୟୀ ପାଣି ଭିତରେ ପଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri