ଆସିଲା ଚିନ୍ମୟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୫।୩(ବ୍ୟୁରୋ): ବୁର୍ଲା ପିସି ବ୍ରିଜ୍‌ ପାୱାର ଚାନେଲରୁ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ମିଳିବା ଘଟଣାର ୪ଦିନ ପରେ ରବିବାର  ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଚିନ୍ମୟୀ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ଉଲ୍ଲେଖ ରହିଥିବା ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ଗଣମାଧ୍ୟମକୁ କହିଛନ୍ତି। ତେବେ ଚିନ୍ମୟୀଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିଲେ ମଧ୍ୟ ତାହା ଆତ୍ମହତ୍ୟା କିମ୍ବା ହତ୍ୟା ସେକଥା ସ୍ପଷ୍ଟ ହୋଇନାହିଁ। ଏହି ଦିଗରେ ପୋଲିସ ତଦନ୍ତ କରୁଥିବା ଏସ୍‌ପି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ପୋଲିସ ଚିନ୍ମୟୀଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିଛି। ତଦନ୍ତ ପ୍ରକ୍ରିୟାରେ ଅଧିକ ସୂଚନା ପାଇବା ପାଇଁ ପରିବାର ଲୋକଙ୍କୁ ପଚରାଉଚରା କରାଯାଇଥିବା, ଏସ୍‌ପି କହିଛନ୍ତି । ଏପରି କି ଶନିବାର ବିଳମ୍ବିତ ରାତି ଯାଏ ଭିସୁଟ୍‌ର କିଛି ଛାତ୍ରଙ୍କ ସହିତ ୩୦ରୁ ଅଧିକ ଲୋକଙ୍କୁ ପୋଲିସ ପଚରାଉଚରା କରିଥିବା ଜଣାପଡିଛି। ସେମାନଙ୍କ ମଧ୍ୟରେ ଜଣେ ଢାବା ମାଲିକ ମଧ୍ୟ ରହିଛନ୍ତି। ଏହି ଢାବାରେ ଚିନ୍ମୟୀ ଏବଂ ତାଙ୍କର ସାଙ୍ଗ ପ୍ରୀତିମାନ ଦେ ଖାଇଥିବା ସୂଚନା ମିଳିଛି। ପୋଲିସ ଢାବା ମାଲିକଙ୍କ ପାଖରୁ କିଛି ତଥ୍ୟ ଯୋଗାଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri