Posted inଖେଳ

ଆଜିର ଦିନରେ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ

ଚେନ୍ନାଇ, ୩୦।୫: ଠିକ୍‌ ୭ ବର୍ଷ ତଳେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ତଥା ଚିନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ। ଏହାକୁ ମନେ ପକାଇ ଦେଇଛି ସିଏସ୍‌କେ ପକ୍ଷରୁ କରାଯାଇଥିବା ଟୁଇଟ୍‌।

୨୦୧୪ ଆଇପିଏଲର ଦ୍ୱିତୀୟ କ୍ୱାଲିଫାୟର୍ସରେ ସିଏସ୍‌କେ ଆଗରେ ୨୨୬ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି)। ବୀରେନ୍ଦ୍ର ସେହ୍ବାଗ ୫୮ ବଲରେ ଖେଳିଥିଲେ ୧୨୨ ରନ୍‌ର ବିସ୍ଫୋରକ ଇନିଂସ। ତାଙ୍କ ପାଳିରେ ସାମିଲ ଥିଲା ୧୨ ଚୌକା ଓ ୮ ଛକା।

ବିଶାଳ ଟାର୍ଗେଟର ପିଛା କରୁଥିବା ସିଏସ୍‌କେ ପ୍ରଥମ ଓଭରର ଦ୍ୱିତୀୟ ବଲରେ ହରାଇଥିଲା ଫାଫ୍‌ ଡୁ’ପ୍ଲେସିଙ୍କ ଉଇକେଟ। ୩ ନଂ କ୍ରମରେ ବ୍ୟାଟିଂ ଆସିଥିବା ରାଇନା ପ୍ରଥମ ବଲରୁ ଆରମ୍ଭ କରି ଦେଇଥିଲେ ଆକ୍ରମଣ। ପଞ୍ଜାବର କୌଣସି ବୋଲରଙ୍କୁ ଛାଡ଼ି ନ ଥିଲେ ଚିନା ଥାଲା। ପାଓ୍ବର ପ୍ଲେ ଶେଷ ହେଲା ବେଳକୁ ସିଏସ୍‌କେକୁ ୧୦୦ ରନ୍‌ରେ ପହଞ୍ଚି ସାରିଥିଲା । କିନ୍ତୁ ଦୁର୍ଭାଗ୍ୟବଶତଃ ସପ୍ତମ ଓଭରରେ ରନଆଉଟ୍‌ ହୋଇ ପ୍ୟାଭିଲିଅନକୁ ଫେରିଥିଲେ। ଆଉ ଦଳ ପରାଜୟ ସହ ଆଇପିଏଲ ଫାଇନାଲରୁ ବାଦ୍‌ ପଡ଼ିଥିଲା। ରାଇନା ମାତ୍ର ୨୫ ବଲରେ ଖେଳିଥିଲେ ୮୭ ରନ୍‌ର ଦର୍ଶନୀୟ ପାଳି। ଏଥିରେ ସାମିଲ ଥିଲା ୧୨ ଚୌକା ଓ ୬ ଛକା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri