ରାସ୍ତା ଉପରେ ଚିପ୍ସ,ବାଲି

ଖଇରା,୨୫।୪(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା କୁପାରୀ-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତାରେ ଡ୍ରେନ୍‌ ଓ ରାସ୍ତା ତିଆରି ନାମରେ ବର୍ଷ ବର୍ଷ ଧରି ରାସ୍ତା ଉପରେ ଚିପସ୍‌ ଓ ବାଲି ଏବଂ ଡ୍ରେନ ପାଇଁ ଖୋଳା ଯାଇଥିବା ମାଟି ପଡ଼ିରହିଛି। ଫଳରେ ସେହି ରାସ୍ତାଦେଇ ଯାଉଥିବା ଯାତ୍ରୀମାନେ ଛୋଟବଡ଼ ଦୁର୍ଘଟଣାର ଶିକାର ହେଉଛନ୍ତି। ତୁରନ୍ତ ତାହାକୁ ଅପସାରଣ କରା ନ ଗଲେ ସ୍ଥାନୀୟ ବଜାରବାସୀ ଓ ଯାତ୍ରୀମାନେ ରାସ୍ତା ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି। ଉକ୍ତ ରାସ୍ତା ନିର୍ମାଣ ଓ ଡ୍ରେନ୍‌ ପୁନରୁଦ୍ଧାର ପାଇଁ ଆନୁମାନିକ ୧.୫କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ସରକାରୀ ଗାଇଡ୍‌ଲାନ ଅନୁଯାୟୀ ୧ବର୍ଷ ମଧ୍ୟରେ କାମ ଶେଷ ହେବା କଥା। ହେଲେ ଏତି ମଧ୍ୟରେ ୩ବର୍ଷ ଶେଷ ହେବାକୁ ବସିଥିବା ବେଳେ ଠିକାଦାର ସମୟ ଗଡ଼ାଇ ଚାଲିବା, ଡ୍ରେନ୍‌ ସମ୍ପୂର୍ଣ୍ଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବା ବିଭାଗର ସ୍ବଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ବ୍ୟତୀତ ବର୍ଷ ବର୍ଷ ଧରି ରାସ୍ତା ଉପରେ କଞ୍ଚାମାଲ ମହଜୁଦ କରି ରଖାଯାଇଥିବାରୁ ଯାତ୍ରୀମାନଙ୍କ ଯାତାୟତରେ ବାଧା ସୃଷ୍ଟି ହେବା ସହ ପ୍ରତ୍ୟେକଦିନ ସନ୍ଧ୍ୟା ହେଲେ ବହୁ ଯାତ୍ରୀ ଦୁର୍ଘଟଣାର ଶିକାର ହେଉଛନ୍ତି। ଶିକ୍ଷକ ଭଗବାନ ନାୟକ ଗୁରୁବାର ସନ୍ଧ୍ୟାରେ ବର୍ତ୍ତନା ବଜାରରୁ ଘରକୁ ଫେରୁଥିବା ବେଳେ ଚିପ୍ସ ନିକଟରେ ଭାରସାମ୍ୟ ହରାଇ ପଡ଼ିଯିବାରୁ ଆହତ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ହରିଶ ଦ୍ୱାରୀଙ୍କୁ ପଚାରିବାରେ ରାସ୍ତା କଡ଼ରୁ ଗଛ ଉଠାଇବା କାର୍ଯ୍ୟରେ ବିଳମ୍ବ ଯୋଗୁ ଡ୍ରେନ୍‌ ନିର୍ମାଣ କାର୍ଯ୍ୟରେ ସାମାନ୍ୟ ବିଳମ୍ବ ହୋଇଛି। ରାସ୍ତାରୁ କଞ୍ଚାମାଲ ହଟାଇବା ନେଇ ସେ ଠିକାଦାରଙ୍କ ସହ କଥାହେବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri